ବାଲେଶ୍ୱର ସଦର ଉପନିର୍ବାଚନ : ବିଜେପିରୁ ପ୍ରାର୍ଥୀପତ୍ର ଦାଖଲ କଲେ ମାନସ ଦତ୍ତ

Advertisment
ବାଲେଶ୍ୱର ସଦର ଉପନିର୍ବାଚନ : ବିଜେପିରୁ ପ୍ରାର୍ଥୀପତ୍ର ଦାଖଲ କଲେ ମାନସ ଦତ୍ତ

ବାଲେଶ୍ୱର : ବାଲେଶ୍ବର ସଦର ନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀ ମାନସ କୁମାର ଦତ୍ତ ଆଜି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମାଆ ପ୍ରେମଲତା ଦତ୍ତ, କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ବର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଉପସ୍ଥିତ ଥିଲେ।

ଆଜି ସକାଳେ ମାନସ ମନ୍ଦିରରେ ପୂଜାର୍ଚ୍ଚନା ସାରି ସକାଳ ସାଢ଼େ ୧୦ଟା ସମୟରେ ଦଳର ସଦର କାର୍ଯ୍ୟାଳୟରୁ ଏକ ଶୋଭାଯାତ୍ରା ବାହାରିଥିଲା। ସ୍ବର୍ଗତ ଦତ୍ତଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ ସହ ନିଜ ମା’, ଗୁରୁଜନ ଓ ଦଳର ବରିଷ୍ଠ ନେତୃବୃନ୍ଦଙ୍କୁ ଜୁହାର ହୋଇ ଆର୍ଶୀବାଦ ଭିକ୍ଷା କରିଥିଲେ। ଏହାପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଷଡ଼ଙ୍ଗୀଙ୍କ ନେତୃତ୍ବରେ ପଦଯାତ୍ରା ଉପଜିଲ୍ଲାପାଳଙ୍କ ଅଫିସ ଅଭିମୁଖେ ଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ, ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀ, ଜିଲ୍ଲା ସଭାପତି ଉମାକାନ୍ତ ମହାପାତ୍ର, ପ୍ରଚାର ସମିତିର ଅଧ୍ୟକ୍ଷ ରଘୁନାଥ ମହାନ୍ତି, ମୁଖ୍ୟ ସଚେତକ ମୋହନ ମାଝୀ, ବିଧାୟକ ସୁକାନ୍ତ ନାୟକ, ରାଜ୍ୟ କୃଷକମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତ, ରାଜ୍ୟ, ଯୁବମୋର୍ଚ୍ଚା ରାଷ୍ଟ୍ରୀୟ ଉପସଭାପତି ଠାକୁର ରଂଜିତ ଦାସ, ମହିଳାମୋର୍ଚ୍ଚା ସଭାପତି ସ୍ମୃତି ପଟ୍ଟନାୟକ, ରାଜ୍ୟ ସମ୍ପାଦିକା ସିପ୍ରା ବାଜପେୟୀ, ରାଜ୍ୟ ସମ୍ପାଦକ ଟଙ୍କଧର ତ୍ରିପାଠୀ, ରାଜ୍ୟ ମୁଖପାତ୍ର ସତ୍ୟବ୍ରତ ପଣ୍ଡା, ପୂର୍ବତନ ମନ୍ତ୍ରୀ ପଦ୍ମଲୋଚନ ପଣ୍ଡା, ପୂର୍ବତନ ବିଧାୟକ ଗୋବିନ୍ଦ ଦାସ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶୁଭଙ୍କର ମହାପାତ୍ର, ପ୍ରମୁଖ ଉପସ୍ଥିତ ଥିଲେ। କୋଭିଡ ନିୟମ ଅନୁଯାୟୀ ପ୍ରାର୍ଥୀଙ୍କ ସହ ଅଧିକ ଲୋକଙ୍କୁ ଭିତରକୁ ଛଡ଼ା ଯାଇନଥିବାରୁ ମାନସଙ୍କ ସହ କେବଳ ତାଙ୍କ ସମର୍ଥକ ଓ ପ୍ରସ୍ତାବକ ଯାଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe