ବାଲେଶ୍ୱରରୁ ଚିହ୍ନଟ ହେଲେ ଆଉ ୫ କରୋନା ପଜିଟିଭ୍ , ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଲା

ଭୁବନେଶ୍ବର: ଆଜି ସକାଳେ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୫ ଆକ୍ରାନ୍ତ ବାଲେଶ୍ୱରର ହୋଇଥିବା ସୂଚନା ମିଳିଛି । ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି । ତେବେ ସେମାନଙ୍କ ଟ୍ରାଭେଲ୍ ହିଷ୍ଟ୍ରି କ’ଣ ରହିଛି ତାହା ଏବେ ସୁଦ୍ଧା ଜଣାପଡ଼ି ନାହିଁ । ନୂଆ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ପ୍ରକିୟା ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍  ପକ୍ଷରୁ ଏହି ସୂଚନା ମିଳିଛି ।

ରାଜ୍ୟରେ ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ କଡ଼ା କଟକଣା ସହ ଲକଡାଉନ୍ ଥାଇ ବି ଧୀରେ ଧୀରେ  କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଲା ।

ତେବେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୭୨ ରହିଥିବା ବେଳେ ଚିକିତ୍ସିତ ହେଉଛନ୍ତି ୩୫ ଜଣ ଏବଂ ଜଣେ ପ୍ରାଣ ହରାଇଛନ୍ତି । ଗତକାଲି ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ୫ ଜଣ ଆକ୍ରାନ୍ତ ଚିହ୍ନଟ ହେବା ଚିନ୍ତାର ବିଷୟ ପାଲଟିଛି ।

ସମ୍ବନ୍ଧିତ ଖବର