ବାଣଫୁଟା ଓ ବିକ୍ରି ଉପରେ କଟକଣା ସଂପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି ଘୁଞ୍ଚିଲା

କଟକ : ଦିଲ୍ଲୀ ଭଳି ଓଡିଶାରେ ମଧ୍ୟ ଦୀପାବଳିରେ ବାଣ ବିକ୍ରି ଓ ଫୁଟାଇବା ଉପରେ କଟକଣା ଜାରି ପାଇଁ ଦାୟର ଜନସ୍ୱାର୍ଥ ମାମଲାର ଶୁଣାଣି ଘୁଞ୍ଚିଛି। ଆଜି ମୁଖ୍ୟ ବିଚାରପତି ଜଷ୍ଟିସ ଭିନିତ ସରନ ଓ ଡକ୍ଟର ଜଷ୍ଟିସ ବି.ଆର୍‌.ଷଡଙ୍ଗୀଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଭାରତୀୟ ବିକାଶ ପରିଷଦର ସଭାପତି ସୁରେନ୍ଦ୍ର ପାଣିଗ୍ରାହୀଙ୍କ ପକ୍ଷରୁ ଦାୟର ଏ ସଂପର୍କିତ ଜନସ୍ୱାର୍ଥ ମାମଲାର ଶୁଣାଣି ହୋଇଥିଲା। ଆସନ୍ତା ୧୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି। ଦୀପାବଳି ଉତ୍ସବରେ କେବଳ ଦୀପ ଜାଳି ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଉ ବୋଲି ଆବେଦନକାରୀ ଦର୍ଶାଇଛନ୍ତି। ଦାୟର ଆବେଦନରେ ରାଜ୍ୟ ଆଇନ ସଚିବ, ମୁଖ୍ୟ ଶାସନ ସଚିବ, ଗୃହ ସଚିବ ଓ ପୁଲିସ ଡିଜିଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଅନ୍ତର୍ଯାମୀ ସ୍ୱାଇଁ ମାମଲା ପରିଚାଳନା କରୁଛନ୍ତି।

ସମ୍ବନ୍ଧିତ ଖବର