ମହାପ୍ରଭୁଙ୍କ ବନକଲାଗି ନୀତି: ମାର୍ଚ୍ଚ ୧୩ରେ ୩ ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ମହାପ୍ରଭୁଙ୍କ ବନକଲାଗି ନୀତି: ମାର୍ଚ୍ଚ ୧୩ରେ ୩ ଘଣ୍ଟା ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ଫାଲଗୁନ ଶୁକ୍ଳ ଚତୁର୍ଥୀ ତିଥିରେ ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ୩ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ-ବିଜୟ ଦ୍ୱାର ବନ୍ଦ ରଖାଯାଇଥାଏ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିଥାନ୍ତି। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିଥାନ୍ତି। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe