ବନ୍ଦିତା ପରିଡ଼ା ହେଲେ ମହିଳା କଂଗ୍ରେସ ସଭାନେତ୍ରୀ

ଭୁବନେଶ୍ବର : ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ଭାବେ ବନ୍ଦିତା ପରିଡ଼ାଙ୍କୁ ନିଯୁକ୍ତି ଦିଆଯାଇଛି। ଆଜି ଏଆଇସିସି ପକ୍ଷରୁ ଜାରି ଏକ ପ୍ରେସ୍ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ମହିଳା କଂଗ୍ରେସର ପୂର୍ବତନ ସଭାନେତ୍ରୀ ସୁମିତ୍ରା ଜେନା ଇସ୍ତଫା ଦେଇ ବିଜେଡିରେ ସାମିଲ ହୋଇଥିଲେ। ଏହା ପରେ ସଭାନେତ୍ରୀ ଭା‌େବ‌ କାହାରିକୁ ନିଯୁକ୍ତି ଦିଆଯାଇ ନ ଥିଲା। କିଛି ମାସ ତଳେ ବନ୍ଦିତାଙ୍କୁ ମହିଳା କଂଗ୍ରେସର କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ବ ଦିଆଯାଇଥିଲା। ୨୦୧୯ ସାଧାରଣ ନିର୍ବାଚନରେ ସେ କୋରେଇ ନିର୍ବାଚନମଣ୍ଡଳୀରୁ କଂଗ୍ରେସ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିଥିଲେ। ପୂର୍ବରୁ ସେ ବ୍ୟାସନଗର ପୌରପାଳିକାର ଅଧ୍ୟକ୍ଷା ଭାବେ କାର୍ଯ୍ୟ କରିଛନ୍ତି।

ସମ୍ବନ୍ଧିତ ଖବର