ସମ୍ବଲପୁରରେ ହିନ୍ଦୁମାନଙ୍କ ଉପରେ ଆକ୍ରମଣ ପ୍ରତିବାଦ: ୧୯ରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ ଡାକରା

ସମ୍ବଲପୁରରେ ହିନ୍ଦୁମାନଙ୍କ ଉପରେ ଆକ୍ରମଣ ପ୍ରତିବାଦ: ୧୯ରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ ଡାକରା

ବରଗଡ଼: ସମ୍ବଲପୁରରେ ହିନ୍ଦୁମାନଙ୍କ ଉପରେ ଆକ୍ରମଣ ପ୍ରତିବାଦରେ ଆସନ୍ତା ୧୯ ତାରିଖରେ ୧୨ ଘଣ୍ଟିଆ ବନ୍ଦପାଳନ ଲାଗି ଡାକରା ଦେଇଛି ବିଶ୍ବହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ। ଏହାକୁ ହିନ୍ଦୁ ମହାସଭା ବି ସମର୍ଥନ କରୁଥିବା ଜଣାଯାଇଛି।

ବୁଧବାର ସକାଳ  ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସମସ୍ତ ଦୋକାନବଜାର, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ଯାନବାହନ  ଚଳାଚଳ ବନ୍ଦ ରଖିବାକୁ ବିଶ୍ବହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ବରଗଡ଼ବାସୀଙ୍କୁ ନିବେଦନ କରାଯାଇଛି। ତେବେ ବନ୍ଦରୁ ଔଷଧ ଦୋକାନ ଓ ଜରୁରୀ ସେବାକୁ ବାଦ୍ ଦିଆଯିବ। ବରଗଡ଼ ସହର ସମ୍ପୂର୍ଣ୍ଣ ବନ୍ଦ ରହିବ। ସଂପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ଭାବେ ଏହି ବନ୍ଦ ପାଳନ କରାଯିବ ବୋଲି କୁହାଯାଇଛି। ଏଥିଲାଗି ଆଜି ବରଗଡ଼ରେ ବଜରଙ୍ଗ ଦଳ ଏକ ବାଇକ ରାଲି ଆୟୋଜିତ କରିବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ସମ୍ବଲପୁରରେ ହିନ୍ଦୁମାନଙ୍କ ହନୁମାନ ଜୟନ୍ତୀ ଶୋଭାଯାତ୍ରା ଉପରେ ପଥରମାଡ଼ ଆକ୍ରମଣ ହୋଇଥିଲା। ଏହି ଘଟଣା ପରେ ଗତ ଗୁରୁବାର ଠାରୁ ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ଯୋଗାଯୋଗ ବିଚ୍ଛିନ୍ନ ରହିଛି। ପ୍ରଶାସନ ଜିଲ୍ଲାର ସୀମା (ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ ଓ ସୁବର୍ଣ୍ଣପୁରକୁ ଲାଗିଥିବା ଅଞ୍ଚଳ)କୁ ସିଲ କରିଦେଇଛି। ସମ୍ବଲପୁର ସହରରେ କର୍ଫ୍ୟୁ ଲାଗୁ ରହିଛି। ସ୍ଥିତିରେ ସୁଧାର ଆସିବା ପର୍ଯ୍ୟନ୍ତ ଏହା ଜାରି ରହିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଅବଶ୍ୟ ସହରରେ କର୍ଫ୍ୟୁକୁ କୋହଳ କରାଯାଇଛି। ଚାରିଆଡେ ପୁଲିସ ଛାଉଣୀ ଥିବା ବେଳେ ସମ୍ବେଦନଶୀଳ ଅଞ୍ଚଳରେ ସିସିଟିଭି କ୍ୟାମେରା ଲଗାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe