ସାଢ଼େ ୮ଟା ବେଳକୁ ୩୮ ଡିଗ୍ରି ଟପିଲା ତାତି: ବାରିପଦା ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର

ଭୁବନେଶ୍ବର: ଆଜି ସକାଳ ସାଢ଼େ ୮ଟା ବେଳକୁ ୩୮ ଡିଗ୍ରି ଟପିଛି ତାପମାତ୍ରା। ବାରିପଦାରେ ତାପମାତ୍ରା ୩୮.୪ ° ଥିବା ଜଣାଯାଇଛି।ସକାଳ ସାଢ଼େ ୮ଟା ସୁଦ୍ଧା ଏହାରୁ ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ବୋଲି କୁହାଯାଇଛି। ସୁଦ୍ଧା  ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ  କରାଯାଇଛି। ତାହା ଅନୁଯାୟୀ, ବାରିପଦାରେ ତାପମାତ୍ରା ୩୮.୪° ଥିବା ବେଳେ ତାଳଚେରରେ ୩୭.୮, ବାଲେଶ୍ବରରେ ୩୬.୬, କେନ୍ଦୁଝରରେ ୩୬.୪ ଡିଗ୍ରି, କଟକରେ ୩୫.୮, ଭଦ୍ରକ ଓ ରାଉରକେଲାରେ ୩୫ ଡିଗ୍ରି, ଭବାନୀପାଟଣାରେ ୩୪. ୮, ଭୁବନେଶ୍ୱର ଓ ଝାରସୁଗୁଡ଼ାରେ ୩୪. ୬ ଡିଗ୍ରି ସେଲସିୟସ୍ ରେକର୍ଡ କରାଯାଇଛି।

ଏଣେ ମେ ୧ ତାରିଖ ପର୍ଯ୍ୟନ୍ତ ପାଗରେ ହେବନି ବିଶେଷ ପରିବର୍ତ୍ତନ। ଜାରି ରହିବ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି। ମେ ୨ ରୁ ୪ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ରହିବ ସାମୁଦ୍ରିକ ଝଡ଼ର ପ୍ରଭାବ। ଯାହା ପ୍ରଭାବରେ ଉପକୂଳରେ ତାପମାତ୍ରା ୨ରୁ ୩ ଡିଗ୍ରି ଖସିବା ସହ ଆର୍ଦ୍ରତା ପ୍ରଭାବରେ ଲାଗି ରହିବ ଗୁଳୁଗୁଳି। ମାତ୍ର ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି। ସାମୁଦ୍ରିକ ଝଡ଼ର ପ୍ରଭାବ ହେଲେ ବି ରାଜ୍ୟରେ ଉଷ୍ମ ଦିନ ଅନୁଭୂତ ହେବ। ଏଭଳି ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ  ଉମାଶଙ୍କର ଦାସ।
ସମ୍ବନ୍ଧିତ ଖବର