ଭୁବନେଶ୍ବର: ପଦ୍ମପୁର ଉପନିର୍ବାଚନ ପାଇଁ ବର୍ଷା ସିଂ ବରିହା ହେଲେ ବିଜେଡି ପ୍ରାର୍ଥୀ। ଏ ନେଇ ଦଳର ସଭାପତି ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଦିବଙ୍ଗତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଝିଅ ବର୍ଷାଙ୍କୁ ଦଳୀୟ ପ୍ରାର୍ଥୀ କରିଛି ବିଜୁ ଜନତା ଦଳ । ସେ ଇତିହାସରେ ସ୍ନାତକୋତ୍ତର କରିବା ପରେ ବେଙ୍ଗାଲୁରୁରେ ଆଇନରେ ସ୍ନାତକ କରିଛନ୍ତି ।
ପଦ୍ମପୁର ଉପ-ନିର୍ବାଚନ ପାଇଁ ଟିକେଟ ମିଳିବା ପରେ ତାଙ୍କ ଉପରେ ବିଶ୍ୱାସ ଓ ଭରସା ରଖି ତାଙ୍କୁ ପ୍ରାର୍ଥୀ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ବର୍ଷା ସିଂ ବରିହା ଧନ୍ୟବାଦ ଜଣାଇଛନ୍ତି। ସେ ୧୬ ତାରିଖ ଦିନ ପ୍ରାର୍ଥିପତ୍ର ଦାଖଲ କରିପାରନ୍ତି।
/sambad/media/post_attachments/wp-content/uploads/2022/11/3d08b15b-27a8-405b-ba4c-fbb037527a23.jpg)
ସୂଚନାଯୋଗ୍ୟ, ପଦ୍ମପୁର ଉପନିର୍ବାଚନ ପାଇଁ ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ବିଜେପିର ପ୍ରାର୍ଥୀ ହୋଇଛନ୍ତି। ଏ ସଂକ୍ରାନ୍ତରେ ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ବିଧିବଦ୍ଧ ଘୋଷଣା କରିଥିଲା। ଆଜି ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ତେଣେ ସତ୍ୟଭୂଷଣ ସାହୁଙ୍କୁ କଂଗ୍ରେସ ଦଳ ପକ୍ଷରୁ ପ୍ରାର୍ଥୀ କରାଯାଇଛି । ପଦ୍ମପୁର ବିଧାୟକ ବିଜୟ ରଂଜନ ସିଂହ ବରିହାଙ୍କର ଗତ ମାସ ୩ ତାରିଖରେ ପରଲୋକ ହେବା ପରେ ଏଠାରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/11/057468be-e9df-4a58-8e2b-d9ff6dd562c3.jpg)