କଟକ : ବର୍ଷା-ଅନୁଭବ ବିବାଦ ହାଇକୋର୍ଟରେ ପହଞ୍ଚିଛି। ସାମାଜିକ ଗଣମାଧ୍ୟମରେ ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଭିଡିଓ ଛାଡ଼ି ବିଭିନ୍ନ କଥା କହୁଥିବାବେଳେ ଏହି ପ୍ରସଙ୍ଗ ନେଇ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ବର୍ଷା ପ୍ରିୟଦର୍ଶିନୀ। ବିବାହ ବିଚ୍ଛେଦ ଓ ଅନ୍ୟ କେତେକ ମାମଲା ଅଦାଲତରେ ବିଚାରାଧୀନ ରହିଛି। ଏପରିସ୍ଥଳେ ସାମାଜିକ ଗଣମାଧ୍ୟମରେ ବିଭିନ୍ନ କଥା ଚର୍ଚ୍ଚା ଦ୍ବାରା ତାଙ୍କର ମାନମର୍ଯାଦା ହାନି ହେଉଛି ବୋଲି ବର୍ଷା ଦର୍ଶାଇଛନ୍ତି।
ଅନୁଭବ ତାଙ୍କର ବ୍ୟକ୍ତିଗତ ଜୀବନ ନେଇ ସାମାଜିକ ଗଣମାଧ୍ୟମରେ ବିଭିନ୍ନ କଥା ଆକ୍ଷେପ କରି କହୁଛନ୍ତି। ଅନୁଭବ ଭିଡିଓ ମାଧ୍ୟମରେ ନିଜ ମତ ରଖୁଛନ୍ତି, ଯାହାକି ତାଙ୍କ ଜୀବନ ସହିତ ଜଡ଼ିତ। ପରିବାର ଅଦାଲତରେ ମାମଲା ବିଚାରାଧୀନ ଥିବାବେଳେ ଏହି ପ୍ରସଙ୍ଗରେ ଚର୍ଚ୍ଚା କରିବା ଆଇନ ଅନୁସାରେ ଗ୍ରହଣୀୟ ନୁହେଁ। କୌଣସି ସତ୍ୟତା ନଥିବା ଓ ଭିତ୍ତିହୀନ କଥାସବୁ ତାଙ୍କ ବିରୋଧରେ କୁହାଯାଉଛି। ସାମାଜିକ ଗଣମାଧ୍ୟମରେ ଏହିସବୁ ପୋଷ୍ଟ ଉପରେ ଅଙ୍କୁଶ ଜାରି କରାଯିବା ଆବଶ୍ୟକ ବୋଲି ବର୍ଷାଙ୍କ ଆବେଦନରେ ଦର୍ଶାଯାଇଛି।
କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ, ଅନୁଭବ ମହାନ୍ତି, ରାଜ୍ୟ ସରକାରଙ୍କୁ ମାମଲାରେ ପକ୍ଷଭୁକ୍ତ କରାଯାଇଛି। ମେ ୨୭ ତାରିଖ ଦିନ ଅବକାଶକାଳୀନ ଖଣ୍ଡପୀଠରେ ଏହି ମାମଲା ଶୁଣାଣି ପାଇଁ ତାଲିକାଭୁକ୍ତ ହୋଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/05/Parada-Barsha.jpg)