୧୭ ପର୍ଯ୍ୟନ୍ତ ବଢ଼ିଲା ବର୍ଷାଙ୍କ ଅନ୍ତରୀଣ ସୁରକ୍ଷା

କଟକ : ସାଂସଦ ଅନୁଭବ ମହାନ୍ତିଙ୍କ ସହଯୋଗୀ ସୁଜିତ ଦଳାଇଙ୍କ ବିରୋଧରେ ଜାତିଆଣ ମନ୍ତବ୍ୟ ମାମଲାରେ ବର୍ଷା ପ୍ରିୟଦର୍ଶିନୀଙ୍କ ଅନ୍ତରୀଣ ସୁରକ୍ଷା ଅଗଷ୍ଟ ୧୭ ପର୍ଯ୍ୟନ୍ତ ବୃଦ୍ଧି ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ବର୍ଷା ଓ ଅନ୍ୟ ଦୁଇ ଜଣଙ୍କ ଆଗୁଆ ଜାମିନ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।
ବର୍ଷାଙ୍କ ତରଫରୁ ଆଇନଜୀବୀ ସୁଜାତା ଜେନା ମାମଲା ପରିଚାଳନା କରୁଛନ୍ତି।

ସମ୍ବନ୍ଧିତ ଖବର