ବିଧାୟକ ବିଷ୍ଣୁବ୍ରତ ରାଉତରାୟ କରୋନା ପଜିଟିଭ୍‌

ଭୁବନେଶ୍ୱର: ଭଦ୍ରକ ଜିଲ୍ଲା ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବିଧାୟକ ଶ୍ରୀ ରାଉତରାୟ ସାମାଜିକ ଗଣମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି କରୋନା ଲକ୍ଷଣ ଦେଖାଯିବା ପରେ ମୁଁ ଆଜି ନମୁନା ପରୀକ୍ଷା କରାଇଥିଲି। ମୋର ନମୁନା ରିପୋର୍ଟ ପଜିଟିଭ ଆସିଛି। ବିଧାୟକ ଶ୍ରୀ ରାଉତରାୟ କହିଛନ୍ତି, ମୁଁ ଅନୁରୋଧ କରୁଛି ଯେ, ବିଗତ କିଛି ଦିନ ମଧ୍ୟରେ ମୋର ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ। ଆଶା କରୁଛି, ଆପଣଙ୍କର ଶୁଭେଚ୍ଛାରୁ ଖୁବ ଶୀଘ୍ର ସୁସ୍ଥ ହୋଇଯିବି।

After developing very mild symptoms, I went for a COVID19 test today. And unfortunately my results came out to be…

Publiée par Bishnubrata Routray sur Mercredi 2 septembre 2020

ସୂଚନାଯୋଗ୍ୟ, ଏହା ପୂର୍ବରୁ ରାଜ୍ୟର ପ୍ରଥମ ମନ୍ତ୍ରୀ ଭାବେ ସୁଶାନ୍ତ ସିଂ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ । ଏହାପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କରୋନା ସଂକ୍ରମିତ ହୋଇଥିବା ସୂଚନା ଦେଇଥିଲେ।

ଏହାଛଡ଼ା ରାଜ୍ୟର ବହୁ  ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି । ନୀଳଗିରି ବିଧାୟକ ସୁକାନ୍ତ ନାୟକ, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ରେମୁଣା ବିଧାୟକ ସୁଧାଂଶୁ ପରିଡ଼ା, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ, ବଡ଼ମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର, ଭୁବନେଶ୍ବର (ଉତ୍ତର) ବିଧାୟକ ସୁଶାନ୍ତ ରାଉତ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ବରୀ ବିଧାୟିକା ସୁନନ୍ଦା ଦାସ ସଂକ୍ରମିତ ହୋଇଛନ୍ତି ।

ସେହିପରି ବରଗଡ଼ ସାଂସଦ ସୁରେଶ ପୂଜାରୀ ଓ  ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ ।

ସମ୍ବନ୍ଧିତ ଖବର