ଭୁବନେଶ୍ୱର: ୮ ନମ୍ବର ଡିଏଭି ସ୍କୁଲ ଛାତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର: ଭୁବନେଶ୍ୱର ୮ ନମ୍ବରସ୍ଥିତ ଡିଏଭି ସ୍କୁଲର ଜଣେ ବିବିଏ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ଗତକାଲି ରାତିରେ ଡିଏଭି ସ୍କୁଲ ପରିସରରେ ଥିବା ଛାତ୍ରୀନିବାସରେ ରହୁଥିବା ଏହି ଛାତ୍ରୀଜଣକ କୌଣସି କାରଣରୁ ବେକରେ ଫାଶି ଲଗାଇ ଆତ୍ମହତ୍ୟା କରିଥିଲେ। ମାତ୍ର ଆଜି ସକାଳେ ତାଙ୍କ କୋଠରୀ ଖୋଲିବାରୁ ତାଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଥିଲା। ସଙ୍ଗେସଙ୍ଗେ ତାଙ୍କୁ କ୍ୟାପିଟାଲ ହସ୍‌ପିଟାଲକୁ ନିଆଯାଇଥିଲା। ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ।ତେବେ ଆତ୍ମହତ୍ୟାର କାରଣ ଜଣାପଡ଼ିନାହିଁ।

ସମ୍ବନ୍ଧିତ ଖବର