ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରୁ ୩୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟ ରାଜଧାନୀରେ କମିଲା କରୋନା ସଂକ୍ରମଣ। କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଆଜି ଏହି ସଂଖ୍ୟା କମ ରହିଛି।  ଆଜି ଏହି ସଂଖ୍ୟା ୫୦୦ ତଳକୁ ରହିଥିବା ଦେଖାଯାଇଛି। ଗତ ୨୪ଘଣ୍ଟ‌ାରେ ଭୁବନେଶ୍ବରରେ ୩୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି  ଗତ ୨୪ ଘଣ୍ଟା ମଧ୍ୟରେ ୩୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର