ଭୁବନେଶ୍ବର: ରାଜ୍ୟ ରାଜଧାନୀରେ କମିଲା କରୋନା ସଂକ୍ରମଣ। କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଆଜି ଏହି ସଂଖ୍ୟା କମ ରହିଛି। ଆଜି ଏହି ସଂଖ୍ୟା ୫୦୦ ତଳକୁ ରହିଥିବା ଦେଖାଯାଇଛି। ଗତ ୨୪ଘଣ୍ଟାରେ ଭୁବନେଶ୍ବରରେ ୩୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଗତ ୨୪ ଘଣ୍ଟା ମଧ୍ୟରେ ୩୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୨ ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୦୯ ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୫୩୯୯୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୪୦୮୬୪ ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୧୧୯୭୭ ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୧୩୦ ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।
Follow Us