ଭୁବନେଶ୍ୱରରୁ ଆଜି ୨୧୬ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୩୦୭ ଜଣ ଆକ୍ରାନ୍ତ

Advertisment
ଭୁବନେଶ୍ୱରରୁ ଆଜି ୨୧୬ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୩୦୭ ଜଣ ଆକ୍ରାନ୍ତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ୍‌ ୨୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୫୫ ଜଣ ସଂଗରୋଧ ଓ ୧୬୧ ଜଣ ସ୍ଥାନୀୟ ଅଞ୍ଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୩୦୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Image

ସୂଚନା ଅନୁସାରେ ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୬ ହଜାର ୯୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୩ ହଜାର ୮୩୦ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୩୦୧୧ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୩୩ ଜଣଙ୍କର ମୃତ୍ୟୁ ହୋଇଛି।ସଂଗରୋଧରୁ ଚିହ୍ନଟ କରୋନା ପଜିଟିଭ ବ୍ୟକ୍ତିମାନେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିଲେ।

publive-image

ଆଜି ଚନ୍ଦ୍ରଶେଖରପୁରରୁ ୧୧ଜଣ, ୟୁନିଟ-୯ରୁ ୧୦ଜଣ, ପଟିଆରୁ ୧୦ଜଣ, ଖଣ୍ଡଗିରିରୁ ୭ଜଣ, ଲକ୍ଷ୍ମୀସାଗରରୁ ୭ଜଣ, ବମିଖାଲରୁ ୬ଜଣ, ଝାରପଡ଼ାରୁ ୫ଜଣ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe