ଭୁବନେଶ୍ୱରରୁ ୩୧୪ କରୋନା ଆକ୍ରାନ୍ତ ଚିହ୍ନଟ, ୩୩୦ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱରରେ ବଢୁଛି ସୁସ୍ଥ ସଂଖ୍ୟା, କମୁଛି ସଂକ୍ରମଣ | ଗତକଲି ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଥିବା ବେଳେ ଆଜି ଏହି ସଂଖ୍ୟା କମିଛି | ଗତକାଲି ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୮୯ ଥିବା ବେଳେ ଆଜି ଏହି ସଂଖ୍ୟା କମ ରହିଛି ଏବଂ ସୁସ୍ଥ ସଂଖ୍ୟା ମଧ୍ୟ ବଢିଛି | ଆଜି ଭୁବନେଶ୍ୱରରୁ ୩୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ସବୁଠାରୁ ବଡ଼ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟାଠାରୁ ସୁସ୍ଥ ସଂଖ୍ୟା ଅଧିକ ରହିଛି | ଆଜି ଭୁବନେଶ୍ୱରରେ ୩୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି |

Image

୩୧୪ ମଧ୍ୟରୁ ସଂଗରୋଧରୁ ୬୫ ଓ ସ୍ଥାନୀୟ ଅଂଚଳରୁ ୨୪୯ ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।

Image

କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୯୩ ହଜାର ୩୯୧ରେ ପହଂଚିଛି । ଏଥିରୁ ୯୧ ହଜାର ୬୭୯ଜଣ ସୁସ୍ଥ ହୋଇସାରିଥିବା ବେଳେ ୫୦୩ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୧୧୮୮ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି |

ସମ୍ବନ୍ଧିତ ଖବର