ଭୁବନେଶ୍ୱର: ଭୁବନେଶ୍ୱରରେ କମୁଛି ସଂକ୍ରମଣ | ଗତକଲି ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଥିବା ବେଳେ ଆଜି ଏହି ସଂଖ୍ୟା କମ ରହିଛି | ଗତକାଲି ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୬ ଥିବା ବେଳେ ଆଜି ଏହି ସଂଖ୍ୟା କମିଛି ଏବଂ ସୁସ୍ଥ ସଂଖ୍ୟା ମଧ୍ୟ କମିଛି | ଆଜି ଭୁବନେଶ୍ୱରରୁ ୨୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ଏହା ସହ ଆଜି ଭୁବନେଶ୍ୱରରୁ ୧୮୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି |

Advertisment

Image

୨୩୩ ମଧ୍ୟରୁ ସଂଗରୋଧରୁ ୫୫ ଓ ସ୍ଥାନୀୟ ଅଂଚଳରୁ ୧୭୮ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।

Image

କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୯୮ହଜାର ୫୮୫ରେ ପହଂଚିଛି । ଏଥିରୁ ୯୫,୭୨୦ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭୭୯ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୨୦୬୫ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି |