ଭୁବନେଶ୍ବର: ରାଜ୍ୟ ରାଜଧାନୀରେ କମିଲା କରୋନା ସଂକ୍ରମଣ। କିଛି ଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଆଜି ଏହି ସଂଖ୍ୟା କମ ରହିଛି। ଆଜି ଏହି ସଂଖ୍ୟା ୫୦୦ ତଳକୁ ରହିଥିବା ଦେଖାଯାଇଛି। ଗତ ୨୪ଘଣ୍ଟାରେ ଭୁବନେଶ୍ବରରେ ୧୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଗତ ୨୪ ଘଣ୍ଟା ମଧ୍ୟରେ ୧୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
Update on newly detected #COVID19 cases in the last 24hrs under the BMC area on
12th February (till 9.00 am) pic.twitter.com/UvoM87dzzR— BMC (@bmcbbsr) February 12, 2022
ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୩ ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୯୫ ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୫୫୩୨୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୪୫୮୮୨ ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୮୨୬୦ ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୧୬୨ ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।