ଭୁବନେଶ୍ୱରରୁ ଗତ ୨୪ଘଣ୍ଟାରେ ୨୫୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନା କଟକଣା କୋହଳ ହୋଇଥିଲେ ବି ଭୁବନେଶ୍ୱରରେ ଏବେ କରୋନା ମିଟର ସ୍ଥିର ରହିଛି | ପ୍ରତିଦିନ ୩୦୦ତଳକୁ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା | ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା କମ ରହିଥିବା ବେଳେ ଆଜି ଏହି ସଂଖ୍ୟା ବଢ଼ିଛି | ଗତକାଲି ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨୧ ଥିବା ବେଳେ ଆଜି ଏହି ସଂଖ୍ୟା ବଢ଼ିଛି | ଆଜି ଭୁବନେଶ୍ୱରରୁ ୨୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ଏହା ସହ ଆଜି ଭୁବନେଶ୍ୱରରୁ ୧୫୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି |

Image

୧୮୭ ମଧ୍ୟରୁ ସଂଗରୋଧରୁ ୪୫ ଓ ସ୍ଥାନୀୟ ଅଞ୍ଚଳରୁ ୨୧୩ ଜଣ ସଂକ୍ରମିତ ଅଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି ।

Image

କରୋନାର ୨ୟ ଲହର ଆସିବା ପରେ ଭୁବନେଶ୍ୱରରେ ଏଯାଏଁ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮୭୯୦ରେ ପହଞ୍ଛିଛି । ଏଥିରୁ ୧୦୪୫୪୫ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦୦୯ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜଧାନୀର ବିଭିନ୍ନ କୋଭିଡ ହସ୍ପିଟାଲ ସମେତ ଘରୋଇ ସଂଗରୋଧରେ ୩୨୧୫ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି |

ସମ୍ବନ୍ଧିତ ଖବର