କୃତୀ ପରୀକ୍ଷାର୍ଥୀଙ୍କୁ ନବୀନ ଓ ଧର୍ମେନ୍ଦ୍ରଙ୍କ ଶୁଭେଚ୍ଛା

Advertisment
ସୋମବାର କ୍ୟାବିନେଟ୍, ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ବୈଠକ

Republic World

ଭୁବନେଶ୍ବର : ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ଛାତ୍ରଛାତ୍ରୀଙ୍କ ଉଜ୍ଜ୍ବଳ ଭବିଷ୍ୟତ ମଧ୍ୟ କାମନା କରିବା ସହ ପରୀକ୍ଷା ଫଳାଫଳ ନିର୍ବିଶେଷରେ ସମସ୍ତେ ଜୀବନରେ ସଫଳ ହେବାର ଲକ୍ଷ୍ୟ ନେଇ ଆଗକୁ ବଢ଼ିବାକୁ ପରାମର୍ଶ ଦେଇଛନ୍ତି।

publive-image
ସେହିପରି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ‌ଶ୍ରୀ ପ୍ରଧାନ କହିଛନ୍ତି ଯେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବିଜ୍ଞାନ ଏବଂ ବାଣିଜ୍ୟ ବିଭାଗ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ। କୃତକାର୍ଯ୍ୟ ହୋଇନଥିବା ଛାତ୍ରଛାତ୍ରୀମାନେ ଧୈର୍ଯ୍ୟହରା ନ ହୋଇ ଆଗାମୀ ଦିନରେ ପରିଶ୍ରମ ଜାରି ରଖିଲେ, ନିଶ୍ଚିତ ସଫଳ ହେବେ। ସମସ୍ତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe