ଭଦ୍ରକ, ଢେଙ୍କାନାଳ ଜିଲ୍ଲାପାଳ ବଦଳିଲେ

ଭୁବନେଶ୍ବର : ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାର ଜିଲ୍ଲାପାଳ ବଦଳିଛନ୍ତି। ବରିଷ୍ଠ ଓଏଏସ୍ ଅଧିକାରୀ ତଥା ଆୟୁଷର ନିର୍ଦ୍ଦେଶକ ତ୍ରିଲୋଚନ ମାଝୀଙ୍କୁ ଭଦ୍ରକ ଏବଂ ଓଡ଼ିଶା ମଦ ନିଗମର ପରିଚାଳନା ନିର୍ଦ୍ଦେଶକ ସରୋଜ କୁମାର ସେଠୀଙ୍କୁ ଢେଙ୍କାନାଳ ଜିଲ୍ଲାପାଳ ଭାବେ ନୂ୍ଆ ନିଯୁକ୍ତି ଦିଆଯାଇଛି। ଭଦ୍ରକ ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ପଞ୍ଚାୟତିରାଜ ବିଭାଗର ନିର୍ଦ୍ଦେଶକ ଏବଂ ଢେଙ୍କାନାଳ ଜିଲ୍ଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କୁ ଆୟୂଷ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି। ପଞ୍ଚାୟତିରାଜ ନିର୍ଦ୍ଦେଶକ ଉମାକାନ୍ତ ତ୍ରିପାଠୀଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ବଦଳି କରାଯାଇଛି।

ସମ୍ବନ୍ଧିତ ଖବର