ଭଦ୍ରକ ପୌରପାଳିକାର୧୨ଟି ଓ୍ବାର୍ଡକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଗଲା

ନରସିଂହପୁର ବ୍ଲକ କାକୁଡ଼ିଆ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ ଘୋଷଣା

ଭଦ୍ରକ: ଭଦ୍ରକ ଜିଲ୍ଲାରେ ଦିନକୁ ଦିନ କରୋନା ସଂକ୍ରମଣ ବଢୁଥିବା ଏବଂ ଭଦ୍ରକ ସହରରେ ସ୍ଥାନୀୟ ସଂକ୍ରମଣ ଯେପରି ବୃଦ୍ଧି ନ ପାଏ ତାକୁ ଆଖିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଭଦ୍ରକ ପୌରପାଳିକାର ୩୦ରୁ ୧୨ଟି ଓ୍ବାର୍ଡକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ, ଭଦ୍ରକ ପୌରପାଳିକାର ଏହି ୧୨ଟି ଓ୍ବାର୍ଡ ହେଲା ୩, ୬, ୭, ୯, ୧୩, ୧୪, ୧୫, ୧୬, ୧୭, ୧୮, ୨୨ ଓ ୨୮। ଏନେଇ ଗତକାଲି ବିଳମ୍ବିତ ରାତିରେ ନିର୍ଦେଶନାମା ଜାରି ହୋଇଛି। ସହରକୁ ନ ଆସିବା ଲାଗି ଜିଲ୍ଲାପାଳ ଜିଲ୍ଲାବାସୀଙ୍କୁ ନିବେଦନ କରିଛନ୍ତି।

ସୂଚନାଯୋଗ୍ୟ ଭଦ୍ରକ ଜିଲ୍ଲାରୁ ଗତକାଲି ୧୦ ଜଣ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ ହୋଇଥିଲେ। ଏମାନଙ୍କ ମଧ୍ୟରୁ ୫ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ଲୋକାଲ କଣ୍ଟାକ୍ଟରୁ ଚିହ୍ନଟ ହୋଇଛନ୍ତି। ଆଜି ୧୦ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ କୋଭିଡ୍ ହସପିଟାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି। ଲୋକାଲ କଣ୍ଟାକ୍ଟରୁ ଚିହ୍ନଟ ହେଉଥିବା ୫ ଜଣ କରୋନା ପଜେଟିଭ୍ କେସ୍ ସହ ଅନ୍ୟ କେଉଁମାନେ କଣ୍ଟାକ୍ଟରେ ଆସିଥିଲେ ସେମାନଙ୍କର ଚିହ୍ନଟ ପ୍ରକ୍ରିୟା ଆଜି ଆରମ୍ଭ କରାଯାଇଛି। ଏହି ୧୦ ଜଣଙ୍କୁ ମିଶାଇ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୨୨ରେ ପହଞ୍ଚିଛି।

ଜିଲ୍ଲାରେ ମୋଟ ୧୬ ହଜାର ୨୭୦ ଜଣଙ୍କର ସ୍ବାବ ଟେଷ୍ଟ କରାଯାଇଥିବା ବେଳେ ଆଜି ୧୨ ଜଣ ସୁସ୍ଥ ହୋଇଛନ୍ତି। ଜିଲ୍ଲାରେ ମୋଟ ୩୭୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ୧୪୮ ଜଣ ଆକ୍ଟିଭ୍ କେସ୍ କୋଭିଡ୍ ହସପିଟାଲରେ ଚିକିତ୍ସିତ ହେଉଛନ୍ତି। ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଏବେ ଏତେ ସଂଖ୍ୟକ ରୋଗୀଙ୍କୁ କେଉଁଠି ରଖାଯାଇ ଚିକିତ୍ସିତ କରାଯିବ ତାହା ପ୍ରଶାସନକୁ ଚିନ୍ତାରେ ପକାଇ ଦେଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe