ପଦ୍ମପୁର: କେନ୍ଦୁଝର ସଦର ବ୍ଲକ୍ ଭାଟୁଣିଆଁ-ପଦ୍ମପୁର ରାସ୍ତା ମରାମତି ଅଭାବରୁ ଶୋଚନୀୟ ହୋଇଛି। ବହୁ ସଂଖ୍ୟାରେ ଭାରୀଯାନ ଯାତାୟାତ ଯୋଗୁଁ ରାସ୍ତାରୁ ପିଚୁ ଉଠି ବଡ଼ବଡ଼ ଖାଲ ସୃଷ୍ଟି ହୋଇଛି। ସେଥିରେ ବର୍ଷାପାଣି ଜମି ପୋଖରୀର ଭ୍ରମ ସୃଷ୍ଟି କରୁଛି। ଫଳରେ ଲୋକଙ୍କୁ ଯାତାୟାତରେ ସମସ୍ୟା ହେଉଛି।
ବାଇକ୍ ଓ ସାଇକଲରେ ଯାଉଥିବା ଲୋକେ ପଡ଼ି ଆହତ ହେଉଛନ୍ତି। ରାସ୍ତା ମରାମତି ପାଇଁ ବାରମ୍ବାର ଦାବି ହେଉଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନଥିବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ତୁରନ୍ତ ରାସ୍ତା ମରାମତି କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/08/WhatsApp-Image-2024-07-31-at-11.34.16-PM.jpeg)