ଆଜିଠୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

Advertisment
ଭିତରକନିକା ରାଜସ୍ବ ଗାଁ?: ୧୯୩୦ରୁ କାଏମ୍‌ ରହିଛି ବିଚିତ୍ର ରେକର୍ଡ

ରାଜନଗର: ପର୍ଯ୍ୟଟକଙ୍କ ପାଇଁ ଅଗଷ୍ଟ ୧ ତାରିଖରୁ ଖୋଲିବ ବିଶ୍ବ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ପ୍ରତି ବର୍ଷ ମେ ୧ରୁ ଜୁଲାଇ ୩୧ ତାରିଖ ଦୀର୍ଘ ୩ ମାସ ଧରି ଭିତରକନିକା ବନ୍ଦ ରହିଥାଏ। ଏହି ସମୟରେ ଦେଶ ବିଦେଶର ପର୍ଯ୍ୟଟକଙ୍କର ଭିତରକନିକାରେ ପ୍ରବେଶ ଉପରେ କଟକଣା ଥାଏ। ଅଗଷ୍ଟ ୧ରୁ ପୁଣି ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନକୁ ଖୋଲାଯାଇଛି। ପର୍ଯ୍ୟଟକମାନେ ଭିତରକନିକା ମଧ୍ୟକୁ ପ୍ରବେଶ କରିବାକୁ ହେଲେ ପରିଚୟପତ୍ରକୁ ବାଧ୍ୟତାମୂଳକ କରାଯାଇଛି।

ପର୍ଯ୍ୟଟକମାନେ ଗୁପ୍ତି, ଚାନ୍ଦବାଲି, ଖୋଳା ଓ ଡାଙ୍ଗମାଳ ପ୍ରଭୃତି ୪ଟି ପ୍ରବେଶ ପଥ ଦେଇ ଭିତରକନିକା ମଧ୍ୟକୁ ପ୍ରବେଶ କରିପାରିବେ। ଭିତରକନିକାରେ ପର୍ଯ୍ୟଟକମାନେ ଜଳପଥରେ ବଉଳା କୁମ୍ଭୀର, ଦେଶୀ ଓ ବିଦେଶୀ ପକ୍ଷୀ, ହରିଣ, ବାରହା, ସମ୍ବର, ଝିଙ୍କ ଆଦି ନାନା ପଶୁପକ୍ଷୀ ଓ ମ୍ୟୁଜିୟମ ଦେଖିବା ସହ ବନବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ଦେଶର ପ୍ରଥମ ମ୍ୟାନଗ୍ରୁଭ ମେଟା ନର୍ସରି, ବୋଟ ଲାଇବ୍ରେରି, ସହିଦ ସ୍ତମ୍ଭ, କୁମ୍ଭୀର ପ୍ରଜନନ କେନ୍ଦ୍ର ଆଦି ଦେଖିପାରିବେ। ଯନ୍ତ୍ରଚାଳିତ ବୋଟ ସହ ବନବିଭାଗ ତରଫରୁ ଡାଙ୍ଗମାଳଠାରେ ରହିଥିବା ୫ଟି ଫାଇବର ବୋଟରେ ମଧ୍ୟ ପର୍ଯ୍ୟଟକମାନେ ବୁଲି ଭିତରକନିକାର ଶୋଭା ଉପଭୋଗ କରିପାରିବେ। ଚଳିତବର୍ଷ ଭିତରକନିକାକୁ ସମ୍ପୂର୍ଣ୍ଣ ଭାବେ ପଲିଥିନମୁକ୍ତ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe