କୁମ୍ଭୀର ଗଣନା ପାଇଁ ଜାନୁଆରି ୪ ତାରିଖରୁ ୧୦ଦିନ ବନ୍ଦ ରହିବ ଭିତରକନିକା

Advertisment
ଜାନୁଆରି ୪ରୁ ୧୪ ଭିତରକନିକା ବନ୍ଦ

Fiveprime

ରାଜନଗର : ବିରଳ ବଉଳା କୁମ୍ଭୀରଙ୍କ ଅନ୍ତୁଡ଼ିଶାଳ ଭିତରକନିକା ଜାତୀୟ ଉଦ୍ୟାନ ଓ ଉଦ୍ୟାନ ବାହାରେ ଥିବା ନଦୀ, ନାଳଗୁଡିକରେ କୁମ୍ଭୀରମାନଙ୍କ ଗଣନା କରାଯିବ। ଆସନ୍ତା ଜାନୁଆରି ୪ ତାରିଖରୁ ୧୪ ତାରିଖ ଯାଏ କୁମ୍ଭୀରମାନଙ୍କ ଗଣନା କରାଯିବ। ଏଥିପାଇଁ ୧୦ଦିନ ଧରି ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଜାନୁଆରି ୧୫ରେ ଭିତରକନିକା ଦେଶବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଭିତରକନିକାରେ ଜାନୁଆରି, ୨୦୨୨ରେ ହୋଇଥିବା ଗଣନା ଅନୁସାରେ ୧୭୮୪ ବଉଳା କୁମ୍ଭୀର ଅଛନ୍ତି।

୧୯୭୦ ମସିହା ମଧ୍ୟଭାଗରେ କରାଯାଇଥିବା ଏକ ସର୍ଭେରେ ଭାରତବର୍ଷରେ କୁମ୍ଭୀରମାନଙ୍କ ସଂଖ୍ୟା ନଗଣ୍ୟ ବୋଲି ଜଣାପଡିଥିଲା। ଏହାପରେ କୁମ୍ଭୀରମାନଙ୍କ ବଂଶ ବୃଦ୍ଧି ଓ ବାସସ୍ଥଳୀର ସ୍ଥିତି ବଜାୟ ରଖିବା ପାଇଁ କେନ୍ଦ୍ର ସରକାର ମିଳିତ ଜାତିସଂଘର କୃଷି ଓ ଖାଦ୍ୟ ସଂସ୍ଥାର ସହାୟତାରେ ଏକ ଯୋଜନା ପ୍ରସ୍ତୁତ କରାଯାଇଥିଲା। ଏହି ଯୋଜନା ଅନୁଯାୟୀ ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ସାମୁଦ୍ରିକ ପ୍ରାଣୀ ବିଶେଷଜ୍ଞ ଡ. ଏଚ୍.ଆର୍. ବଷ୍ଟାର୍ଡ ଓଡିଶା ସମୁଦ୍ର ଉପକୂଳ ପରିଦର୍ଶନ କରି ଭିତରକନିକା କୁମ୍ଭୀର ବଂଶବୃଦ୍ଧି ପାଇଁ ଅନୁକୂଳ ପରିବେଶ ବୋଲି ଚିହ୍ନଟ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe