ଆଜିଠୁ ଜୁଲାଇ ୩୧ ତାରିଖ ଯାଏ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ

Advertisment
ଆଜିଠୁ ଜୁଲାଇ ୩୧ ତାରିଖ ଯାଏ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ

the statesman

କେନ୍ଦ୍ରାପଡ଼ା: ଆଜିଠୁ ୩ମାସ ଧରି ପର୍ଯ୍ୟଟକଙ୍କ ପାଇଁ ବିଶ୍ବପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ କରାଯାଇଛି। ମେ ୧ରୁ ଜୁଲାଇ ୩୧ ତାରିଖ ୩ ମାସ ପାଇଁ ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ବିରଳ ବଉଳା କୁମ୍ଭୀରଙ୍କ ପାଇଁ ଭିତରକନିକା ପ୍ରସିଦ୍ଧି ଲାଭ କରିଛି।

ଏହି ସମୟ ବିରଳ କୁମ୍ଭୀରଙ୍କ ପ୍ରଜନନ ଋତୁ। କୁମ୍ଭୀରମାନେ ସ୍ଥଳ ଭାଗକୁ ଉଠି ସୁରକ୍ଷିତ ସ୍ଥାନ ଦେଖି ବସା ବାନ୍ଧି ଅଣ୍ତା ଦେଇଥାନ୍ତି। ଏହି ସମୟରେ ମା କୁମ୍ଭୀର ଅଧିକ ହିଂସ୍ର ହୋଇଥାଏ। ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପ୍ରତିବର୍ଷ ମେ ୧ରୁ ୩ ମାସ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଥାଏ। ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଆଜିଠାରୁ ଜୁଲାଇ ୩୧ ତାରିଖ ଯାଏ ୩ମାସ ଧରି ଭିତରକନିକାକୁ ପ୍ରବେଶ ନିଷେଧ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe