ଭୁବନେଶ୍ବର ପୁଣି ଉତ୍ତପ୍ତ ସହର: ଦିନ ୨ଟା ୩୦ରେ ତାପମାତ୍ରା ୪୩.୨ ଡିଗ୍ରି ରେକର୍ଡ

ଭୁ‌ବନେଶ୍ବର: ଗ୍ରୀଷ୍ମ ପ୍ରବାହରେ ଏକ ସପ୍ତାହ ଧରି ସାରା ଓଡ଼ିଶା ଜଳୁଛି। ଆଜି ମଧ୍ୟ ଏଥିରୁ ନିସ୍ତାର ମିଳି ନାହିଁ। ଦିନ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ବର ପୁଣି ସବୁଠୁ ଉତ୍ତପ୍ତ ସହର ହୋଇଛି। ରାଜଧାନୀରେ ତାପମାତ୍ରା ୪୩.୨ ଡିଗ୍ରି କେରର୍ଡ କରାଯାଇଛି। କେନ୍ଦୁଝରରେ ୪୨.୭, ଚାନ୍ଦବାଲିରେ ୪୨.୨, ବାଲେଶ୍ବରରେ ୪୧.୪, ରାଉରକେଲାରେ ୪୦.୬, ଝାରସୁଗୁଡ଼ାରେ ୩୯.୯, ସମ୍ବଲପୁରରେ ୩୯.୪ ଡିଗ୍ରି ରେକର୍ଡ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଭୁବନେଶ୍ୱର ଓ କଟକ ସହରରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି। ଏହାରି ଭିତରେ ରାଜଧାନୀ ଭୁବନେଶ୍ୱରରେ ରେକର୍ଡ ଭାଙ୍ଗିଛି ତାପମାତ୍ରା। ୨୪ ଘଣ୍ଟା ପାଇଁ ୧୩ ଜିଲ୍ଲାକୁ ରେଡ୍ ଆର୍ଲଟ ଜାରି କରାଯାଇଛି। ୧୭ ଜିଲ୍ଲାକୁ ଅଂରେଜ ୱାର୍ଣ୍ଣିଂ ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ୩୦ ତାରିଖ ପର୍ଯ୍ୟନ୍ତ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ଅସହ୍ୟ ତାତି ପାଇଁ ଉତ୍ତର ଓଡ଼ିଶା, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ମଧ୍ୟ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗାମୀ ୨୪ ଘଣ୍ଟା ପାଇଁ ମୟୂରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ନୂଆପଡ଼ା, ଅନୁଗୁଳ, ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ସୋନପୁର, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ନବରଙ୍ଗପୁର, ଦେବଗଡ଼, ବରଗଡ଼ ଓ ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହା ସହ କୋରାପୁଟ ଓ ପୁରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସମ୍ବନ୍ଧିତ ଖବର