ଗତକାଲି ଓଡ଼ିଶାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ୪ ଜଣଙ୍କ ମଧ୍ୟରୁ ଭୁବନେଶ୍ବରର ଜଣେ

ଗତକାଲି ଓଡ଼ିଶାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ୪ ଜଣଙ୍କ ମଧ୍ୟରୁ ଭୁବନେଶ୍ବରର ଜଣେ

ଭୁବନେଶ୍ବର: ଗତକାଲି ଓଡ଼ିଶାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଚାରିଜଣଙ୍କ ମଧ୍ୟରୁ ଜଣେ ଭୁବନେଶ୍ବରର ବୋଲି ଜଣାଯାଇଛି। ଆଜି ପୁଣି ଭୁବନେଶ୍ବରର ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ରାଜଧାନୀ ଭୁବନେଶ୍ବରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୪ରେ ପହଞ୍ଚିଛି।  ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତଙ୍କର ଗସ୍ତ ବିବରଣୀ ସଂଗ୍ରହ ଚାଲିଛି ବୋଲି କୁହାଯାଇଛି। ଏହା ପୂର୍ବରୁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ୪ ଜଣଙ୍କ ମଧ୍ୟରୁ ୨ ଜଣ ସୁନ୍ଦରଗଡ଼ ଜିଲ୍ଲାର ଓ ଜଣେ କେନ୍ଦ୍ରାପଡ଼ା ଜିଲ୍ଲାର ବୋଲି ଜଣାଯାଇଥିଲା।

ଗତକାଲି ରାଜ୍ୟରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ୪ ଜଣଙ୍କ ମଧ୍ୟରୁ ଆଉ ଦୁଇଜଣ ସୁନ୍ଦରଗଡ଼ ଜିଲ୍ଲାର ବୋଲି ଆଜି ସକାଳେ ଜଣାଯାଇଛି। କରୋନାଭାଇରସ୍ ଆକ୍ରାନ୍ତ ଚିହ୍ନଟ‌ ହେବାରେ ଏହା ସୁନ୍ଦରଗଡ଼ ଜିଲ୍ଲାର ପ୍ରଥମ ଘଟଣା। ଏ ନେଇ ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ଆକ୍ରାନ୍ତ ସୁନ୍ଦରଗଡ଼ ଜିଲ୍ଲାର ବିଶ୍ରା ଅଞ୍ଚଳର ବୋଲି ସୂଚନା ମିଳିଛି । ଏହି ଦୁଇ କରୋନା ଆକ୍ରାନ୍ତ ଏବେ ରାଉରକେଲାର ହାଇଟେକ୍ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାଯାଇଛି। ଦୁହେଁ ଯାଜପୁରର କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା କୁହାଯାଉଛି ।

ସେହିପରି ଗତକାଲି କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ୪ ଜଣଙ୍କ ମଧ୍ୟରୁ ଜଣେ କେନ୍ଦ୍ରାପଡ଼ା ଜିଲ୍ଲାର ବୋଲି ଜଣାଯାଇଛି। ସେ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ଅଞ୍ଚଳର ବୋଲି ସୂଚନା ଦେଇଛି ଜିଲ୍ଲା ପ୍ରଶାସନ । ଏ ନେଇ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସମର୍ଥ ବର୍ମା ସ୍ପଷ୍ଟ କରିଛନ୍ତି । ଏହା ସହିତ କେନ୍ଦ୍ରାପଡ଼ା ଜିଲ୍ଲାରୁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ସଂଖ୍ୟା ଦୁଇକୁ ବୃଦ୍ଧି ପାଇଛି।

ସୂଚନାଯୋଗ୍ୟ, ବର୍ତ୍ତମାନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି। ରାଜ୍ୟର ୫୪ ଆକ୍ରାନ୍ତଙ୍କ ମଧ୍ୟରୁ ଇତିମଧ୍ୟରେ ୧୨ ଜଣ ସୁସ୍ଥ ହୋଇ ଘରକୁ ଫେରି ଯାଇଥିବା ବେଳେ ପୂର୍ବରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୪୧ ଜଣ ଏବେ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe