ଭୁବନେଶ୍ବର: ସ୍ମାର୍ଟସିଟି ମିସନ ଅନ୍ତର୍ଗତ ଭୁବନେଶ୍ୱର ବିଶ୍ୱସ୍ତରୀୟ ରେଳ ଷ୍ଟେସନର ବିକାଶ କରାଯାଉଛି। ପ୍ଲାଟଫର୍ମ ନଂ ୧ ଓ ୬ ପାଖରେ ଖାଲିଥିବା ଜମି ଅଧିଗ୍ରହଣ ଆରମ୍ଭ ହୋଇଛି। ରେଳ ଷ୍ଟେସନକୁ ବିଶ୍ୱସ୍ତରୀୟ କରିବା ପାଇଁ ବାରମ୍ବାର ଦାବି କରିବା ସତ୍ତ୍ବେ ବି ରେଳ ବିଭାଗ ପକ୍ଷରୁ କୌଣସି ଉତ୍ତର ମିଳିନାହିଁ। ତେଣୁ ରାଜ୍ୟ ସରକାର ନିଜସ୍ଵ ଅର୍ଥରେ ଷ୍ଟେସନର ବିକାଶ ପାଇଁ ନିଷ୍ପତ୍ତି ନେଇଛନ୍ତି। କୋଭିଡ ସ୍ଥିତି, ଜମି ଅଧିଗ୍ରହଣ, ରେଳ ବିଭାଗର କ୍ଲିଅରାନ୍ସ ପାଇଁ କାର୍ଯ୍ୟରେ ବିଳମ୍ବ ହୋଇଛି।
The Fact Nowଷ୍ଟେସନ ନିକଟରେ ଏକ ୧୯ ମହଲା ବିଲ୍ଡିଂ ହେବ। ମଲ୍ ଓ ମାର୍କେଟ କମ୍ପ୍ଲେକ୍ସ ଭଳି ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ବିଲ୍ଡିଂ ନିର୍ମାଣ ପାଇଁ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ କ୍ଲିଅରାନ୍ସ ଆବଶ୍ୟକ ଥିବା ବେଳେ ତାହା ମିଳି ସାରିଛି। ପ୍ଲାନ୍ ଓ ଡିଜାଇନ୍ ବି ଶେଷ ହୋଇଛି। ରେଳ ଷ୍ଟେସନର ପ୍ଲାଟଫର୍ମକୁ ରେଳ ବିଭାଗ ବିକାଶ କରିବ ଓ ପାରିପାର୍ଶ୍ବିକ ଭିତ୍ତିଭୂମିର ବିକାଶ କରିବେ ରାଜ୍ୟ ସରକାର। ଏନେଇ ଗୃହରେ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା।
Follow Us