ଅଭିନେତା ବିଜୟ ମହାନ୍ତି ଗୁରୁତର, ହସପିଟାଲରେ ଭର୍ତ୍ତି

ଭୁବନେଶ୍ୱର : ଗତ କିଛି ମାସ ଧରି ଅସୁସ୍ଥ ଥିବା ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରତର ହେବାରୁ ତାଙ୍କୁ ସୋମବାର ସଂଧ୍ୟାରେ ଭୁବନେଶ୍ୱରସ୍ଥିତ କେୟାର ହସପିଟାଲରେ ଭର୍ତ୍ତି କରାଯାଇଛି । ଗତ କିଛିଦିନ ଧରି ସେ କେୟାର ହସପିଟାଲରେ ଚିକିତ୍ସିତ ହେଉଥିଲେ । ତେବେ ଘରକୁ ଯିବାକୁ ଇଚ୍ଛା କରିବାରୁ ତାଙ୍କୁ କିଛିଦିନ ତଳେ ରସୁଲଗଡ଼ ଶିଳ୍ପାଞ୍ଚଳସ୍ଥିତ ଆପାର୍ଟମେଣ୍ଟକୁ ଅଣାଯାଇଥିଲା । ଆଜି ପୁଣି ସେ ନିଶ୍ୱାସପ୍ରଶ୍ୱାସ ନେବାରେ ଅସୁବିଧା ଅନୁଭବ କରିବା ପରେ ତାଙ୍କୁ କେୟାର ହସପିଟାଲରେ ରେ ଭର୍ତ୍ତି କରାଯାଇଥିଲା । ଗତ ମାସରେ ତାଙ୍କୁ ହାଇଦ୍ରାବାଦର ଏକ ହସପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା ।

ସମ୍ବନ୍ଧିତ ଖବର