ପ୍ରଦୀପ୍ତଙ୍କ ଆଶୁ ଆରୋଗ୍ୟ କାମନା କଲେ ବିଜୟ ମହାପାତ୍ର

ଭୁବନେଶ୍ବର : କୋଭିଡରେ ସଂକ୍ରମିତ ହୋଇ ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏଏମ୍‌ଏସ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ର। ଶ୍ରୀ ନାଏକଙ୍କ ରାଜନୈତିକ କ୍ୟାରିଅର ଅମ୍ଲାନ। ତାଙ୍କୁ ଶୀଘ୍ର ଭଲ କରିଦେବାକୁ ଶ୍ରୀ ମହାପାତ୍ର ମହାପ୍ରଭୁ ଜଗନ୍ନାଥଙ୍କୁ ପ୍ରାର୍ଥନା କରିଛନ୍ତି।

ପ୍ରକାଶଥାଉକି, ଗତକାଲି ଶ୍ରୀ ନାଏକଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟେଲିଫୋନ ଯୋଗେ ତାଙ୍କ ପରିବାର ସଦସ୍ୟଙ୍କ ସହ କଥା ହୋଇଥିଲେ। ଏହାସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଶ୍ରୀ ନାଏକଙ୍କ ଆଶୁ ଆରୋଗ୍ୟ କାମନା କରି ଟ୍ବିଟ୍‌ କରିଥିଲେ।

ସମ୍ବନ୍ଧିତ ଖବର