ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ: ନବୀନଙ୍କୁ ଚିଠି ଲେଖି ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଆସନ୍ତକାଲି ମାର୍ଚ୍ଚ ୫ରେ ଓଡ଼ିଶାର ବରପୁତ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ ହେବ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ନିମନ୍ତ୍ରଣ ଜଣାଇଛନ୍ତି...

Biju Patnaik's birthday celebration, CM invites Naveen in letter

Biju Patnaik's birthday celebration, CM invites Naveen in letter Photograph: (sambad.in)

ଭୁବନେଶ୍ୱର: ଆସନ୍ତକାଲି ମାର୍ଚ୍ଚ ୫ରେ ଓଡ଼ିଶାର ବରପୁତ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ ହେବ  । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ନିମନ୍ତ୍ରଣ ଜଣାଇଛନ୍ତି ।

ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ସମାରୋହରେ ବିଶିଷ୍ଟ ଅତିଥି ଭାବେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଅନୁରୋଧ କରିଛନ୍ତି । 

ଚିଠିରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଆପଣଙ୍କୁ ମୋର ସାଦର ନମସ୍କାର । ଆସନ୍ତା ମାର୍ଚ୍ଚ ୫ ତାରିଖରେ ରାଜ୍ୟ ସରକାର ଓଡ଼ିଶାର ମହାନ ବରପୁତ୍ର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମହାସମାରୋହ ପାଳନ କରୁଛନ୍ତି ।

ଅଧିକ ପଢ଼ନ୍ତୁ: ଦୁଇ ଦିନରେ ୪ ଭିନ୍ନ ଭିନ୍ନ ନିଯୁକ୍ତି ପରୀକ୍ଷା: ହତାଶ ଓଡ଼ିଶା ପ୍ରାର୍ଥୀଙ୍କ ପକ୍ଷରୁ ପ୍ରତିବାଦ

ଏଥିପାଇଁ ସ୍ଥାନୀୟ ଜୟଦେବ ଭବନଠାରେ ୫ ତାରିଖ ସନ୍ଧ୍ୟା ୭ଟା ସମୟରେ ଏକ ରାଜ୍ୟସ୍ତରୀୟ ସଭାର ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବରେ ଯୋଗ ଦେବା ପାଇଁ ମୁଁ ଆପଣଙ୍କୁ ଅନୁରୋଧ କରୁଛି । ଆପଣଙ୍କର  ଉପସ୍ଥିତି ଏହି କାର୍ଯ୍ୟକ୍ରମର ଶୋଭା ବଢ଼ାଇବ ।

ଅଧିକ ପଢ଼ନ୍ତୁ: ଖାଇସାରି ବିଲ ପୈଠ କରୁଥିବା ସମୟରେ ଉଡ଼ିଗଲା ଯୁବକଙ୍କ ପ୍ରାଣବାୟୁ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe