ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଆଦିବାସୀ ବହୁଳ ଜିଲ୍ଲାର ଗ୍ରାମାଞ୍ଚଳ ଏବଂ ସହରାଞ୍ଚରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଜାରି ରହିଛି। ଶୁକ୍ରବାର ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ଗୋପାଳପଲ୍ଲୀ ଠାରେ ବିକଶିତ ଭାରତର ସଂକଳ୍ପ ଯାତ୍ରା ରଥ ଅଟକିଥିଲା। ସଚେତନତା ବାହନରେ ଲାଗିଥିବା ଏଲ୍ଇଡି ସ୍କ୍ରିନରେ ମୋଦୀ ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନାର ବାର୍ତ୍ତା ପ୍ରସାରଣ କରାଯାଇଥିଲା। ଯାତ୍ରା ରହଣୀସ୍ଥଳରେ ହିତାଧିକାରୀମାନେ ସେମାନଙ୍କର ପଞ୍ଜୀକରଣ କରିବା ସହିତ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ସଂକଳ୍ପ ନେଇଥିଲେ।
କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ୍ ଗୁଣ୍ଡରି ପଞ୍ଚାୟତଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ସ୍ଥାନୀୟ ଜନପ୍ରତିନିଧି ଏବଂ ସରକାରୀ ଯୋଜନାର ହିତାଧିକାରୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି । ଯାତ୍ରାରେ ସ୍ଥାନୀୟ ଜନସମୁଦାୟ ବେଶ୍ ଉତ୍ସାହର ସହିତ ଅଂଶଗ୍ରହଣ କରିଥିଲେ। ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସଂକଳ୍ପ ଯାତ୍ରାର ସଚେତନତା ରଥ ପହଞ୍ଚିବା ପରେ ସ୍ଥାନୀୟ ମହିଳାମାନେ ପୂଜାର୍ଚ୍ଚନା କରି ଏହାକୁ ପାରମ୍ପରିକ ଢଙ୍ଗରେ ସ୍ୱାଗତ କରିଥିଲେ।
ଏହି ଅବସରରେ କେନ୍ଦ୍ର ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ ଯୋଜନାର ପ୍ରଚାରପ୍ରସାର କରାଯାଇଥିଲା। ଏଥିରେ ବିଭିନ୍ନ ଯୋଜନାର ଯୋଗ୍ୟ ହିତାଧିକାରୀଙ୍କ ପଞ୍ଜୀକରଣ କରାଯାଇଥିବା ବେଳେ ପୁରୁଣା ହିତାଧିକାରୀମାନେ କେନ୍ଦ୍ରୀୟ ଯୋଜନାର ସୁଫଳକୁ ନେଇ ନିଜର ଅନୁଭୂତି ବଖାଣିଥିଲେ। ବିଶେଷ କରି ମାଗଣା ଗ୍ୟାସ ସଂଯୋଗ ପାଇଥିବା ଉଜ୍ଜ୍ୱଳା ଯୋଜନାର ମହିଳା ହିତାଧିକାରୀମାନେ ସେମାନଙ୍କ ଅନୁଭୂତି ପ୍ରକାଶ କରିବା ସହିତ ଏଥିପାଇଁ କେନ୍ଦ୍ର ସରକାର ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଥିଲେ। କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ। ଯାତ୍ରା ରହଣୀ ସ୍ଥଳରେ ସ୍ବାସ୍ଥ୍ୟ ଶିବିର ଏବଂ କେନ୍ଦ୍ରୀୟ ଯୋଜନାର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/02/IMG-20240216-WA0007.jpg)