ବାଇକ୍‌ ଦୁର୍ଘଟଣାରେ ଜଣେ ମୃତ, ୨ ଆହତ

ଥାଲାସେମିଆରେ ଯୁବକ ମୃତ, ବର୍ଷକରେ ଦୁଇ ଭାଇଙ୍କ ଜୀବନ ଗଲା

ThePleasantDream

ଉଲୁଣ୍ଡା: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅନ୍ତର୍ଗତ ମାଟିଖାଇ ନୂଆପଡ଼ାରେ ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଆହତ ହୋଇଥିବା ଜଣାପଡିଛି। ମୃତ ଯୁବକ ଜଣକ ବରଗଡ଼ ଜିଲ୍ଲା ଅତାବିରା ଥାନା ପାଟନାପାଲିର ଧର୍ମେନ୍ଦ୍ର ମହାକୁର ବୋଲି ଜଣାପଡ଼ିଛି।

ସୂଚନା ଅନୁସାରେ ସୋମବାର ରାତି ପ୍ରାୟ ୮.୩୦ ସମୟରେ ଧର୍ମେନ୍ଦ୍ର ଓ ଅନ୍ୟ ଜଣେ ବାଇକ୍‌ରେ ଯାଉଥିଲେ ମାଟିଖାଇ ନିକଟରେ ଚାଲି ଚାଲି ଯାଉଥିବା ଯୁବକଙ୍କୁ ପଛପଟୁ ଧକ୍କା ଦେଇ ଛିଟିକି ପଡ଼ିଥିଲେ। ଘଟଣାସ୍ଥଳରୁ ତିନି ଜଣ ଆହତଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରି ଉଲୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଧର୍ମେନ୍ଦ୍ରଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର। ଅନ୍ୟ ଦୁଇ ଜଣ ଯୁବକଙ୍କୁ ଚିକିତ୍ସା ପରେ ଛାଡିଦେଇଥିବା ଜଣାପଡ଼ିଛି। ପୁଲିସ ଏକ ଦୁର୍ଘଟଣା ମାମଲା ରୁଜୁ ମୃତ ଦେହକୁ ଜବତ କରି ଶବ ବ୍ୟବଚ୍ଛେଦ କରି ସୋମବାର ପରିବାର ଲୋକଙ୍କୁ ଶବ ହସ୍ତାନ୍ତର କରିଥିଲା। ପୁଲିସ ଘଟଣାର ଅଧିକ ତଦନ୍ତ ଜାରି ରଖଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe