ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀ ମୃତ

Advertisment
ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀ ମୃତ

The Indian Express

ଦଶପଲ୍ଲା: ନୟାଗଡ଼ ଜିଲ୍ଲା ଦଶପଲ୍ଲାରେ ଗତକାଲି ବିଳମ୍ବିତ ରାତିରେ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ୍ ଆରୋହୀ ଯୁବକଙ୍କ ମୃତ୍ୟୁ ଘଟିଛି।
ମୃତ ବ୍ୟକ୍ତି ଜଣକ ନୂଆଗାଁ ଥାନା ସିକ୍ରୀଡ଼ା ଗ୍ରାମର ବିପ୍ର ପରିଡ଼ା ବୋଲି ଜଣାପଡିଛି। ଦଶପଲ୍ଲାର ଡିହଗାଁଠାରେ ଏହି ଦୁର୍ଘଟଣା ଘଟିଥିଲା।

ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଦଶପଲ୍ଲା ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ଘଟଣା ସ୍ଥଳରେ ଦଶପଲ୍ଲା ପୁଲିସ ପହଞ୍ଚିଛି। ପ୍ରାଥମିକ ଅନୁସନ୍ଧାନରୁ କୌଣସି ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe