ବାଇକ୍‌ ବୋଲେରୋ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା କରଞ୍ଜିଆ ରାସ୍ତା ନାକଝରି ବାଙ୍କ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବୋଲେରୋ ଧକ୍କାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି ।
ଦୁର୍ଘଟଣାରେ ବାଇକରେ ବସିଥିବା ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଖବର ଅନୁଯାୟୀ, ଗୋଡ଼ଭଙ୍ଗା ଗାଁର କ୍ଷୀରୋଦ ସାମାଡ଼ା ନାମକ ଯୁବକ ସାଙ୍ଗ ସହିତ ବାଇକ ଯୋଗେ ସାତକୋଶିଆ ବଜାରକୁ ଯାଉଥିଲେ । ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ବୋଲରୋ ତାଙ୍କୁ ମୁହାଁମୁହିଁ ଧକ୍କା ଦେଇଥିଲା । ଯାହାଫଳରେ କ୍ଷୀରୋଦ ଓ ତାଙ୍କ ସାଙ୍ଗ କିଛିଦୂରରେ ଛିଟିକି ପଡିଥିବା ବେଳେ ଘଟଣାସ୍ଥଳରେ କ୍ଷୀରୋଦଙ୍କର ମୃତ୍ୟୁ ହୋଇଥିଲା। ତାଙ୍କ ସାଙ୍ଗ ଗୁରୁତର ଆହତ ହୋଇଥିଲେ।

ତାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ଲାଗି ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି। ଉତ୍ତେଜନାକୁ ଦେଖି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଛି ।

ସମ୍ବନ୍ଧିତ ଖବର