ଭୁବନେଶ୍ୱର : ରାଜ୍ୟ ସୂଚନା କମିସନର ଭାବେ ବିକ୍ରମ ସେନାପତି ଓ ଦିଲ୍ଲୀପ କୁମାର ବିଷୋୟୀ ଆଜି ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଦୁଇଜଣ ଯାକ ସୂଚନା କମିସନରଙ୍କୁ ଶପଥା ପାଠ କରାଇଛନ୍ତି।
/sambad/media/post_attachments/wp-content/uploads/2020/09/m4-300x180.jpg)
ବୁଧବାର ରାଜଭବନର ଅଭିଷେକ ହଲ୍ରେ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ ଆରମ୍ଭରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ସୂଚନା କମିସନରଙ୍କ ନିଯୁକ୍ତି ସମ୍ପର୍କିତ ରାଜ୍ୟପାଳଙ୍କ ନିର୍ଦ୍ଦେଶନାମା ପାଠ କରିବା ପରେ ମାନ୍ୟବର ରାଜ୍ୟପାଳ ପ୍ରଫେସର ଶ୍ରୀ ଲାଲ୍ ନୂତନ କମିସନର ଦ୍ବୟଙ୍କୁ ଶପଥ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ମୁଖ୍ୟ ସୂଚନା କମିସନର ସୁନୀଲ କୁମାର ମିଶ୍ର, ରାଜ୍ୟ ସୂଚନା କମିସନର ବାଳକୃଷ୍ଣ ମହାପାତ୍ର, ରାଜ୍ୟପାଳଙ୍କ ସଚିବ ଡ.ପ୍ରମୋଦ ମେହେର୍ଦ୍ଦା, ରାଜ୍ୟପାଳଙ୍କ ଅତିରିକ୍ତ ଶାସନ ସଚିବ ଚିତ୍ତରଞ୍ଜନ ମହାନ୍ତି ଓ ବ୍ୟକ୍ତିଗତ ସଚିବ ହିମାଂଶୁ ନାରାୟଣ ପଟ୍ଟନାୟକ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ (ବୈଷୟିକ) ନିରଞ୍ଜନ ସେଠୀଙ୍କ ସମେତ ଅନ୍ୟ ବିଶିଷ୍ଟ ଅତିଥିବୃନ୍ଦ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/09/m5.jpg)