ଭୁବନେଶ୍ୱରରେ ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ

ଭୁବନେଶ୍ୱର: ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଆଜି ସେ କୃଷି ଭବନ ପରିଦର୍ଶନ କରିବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। କୃଷିର ଉନ୍ନତି ପାଇଁ ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ସହ ୨୦୧୭ରେ ଚୁକ୍ତିନାମା ସ୍ୱାକ୍ଷର କରିଥିଲେ ଓଡ଼ିଶା ସରକାର। ଯାହାଦ୍ୱାରା କ୍ଷୁଦ୍ର ଚାଷୀ ଏବଂ ଚାଷୀଙ୍କ ଆୟ ବୃଦ୍ଧି କରିବା ନେଇ ଲକ୍ଷ୍ୟ ରଖାଯାଇଥିଲା।

ତେବେ ବିଲ୍ ଗେଟ୍ସଙ୍କ ଗସ୍ତ ପାଇଁ ଭୁବନେଶ୍ୱରରେ ତାଙ୍କ ପ୍ରତିନିଧି ଦଳ ସୋମବାର ସମୀକ୍ଷା କରିଥିଲେ। ବିଲ ଗେଟ୍ସଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

ସମ୍ବନ୍ଧିତ ଖବର