ଏମ୍‌ସରେ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ

Advertisment
ଏମ୍‌ସରେ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ

ଭଦ୍ରକ : ଧାମନଗର ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ ଅସୁସ୍ଥ ହୋଇ ଆଜି ଭୁବନେଶ୍ବର ଏମ୍‌ସରେ ଭର୍ତ୍ତି ହୋଇଛନ୍ତି। ଗତ କିଛି ଦିନ ତଳେ ଶ୍ରୀ ସେଠୀଙ୍କର ମଧୁମେହ, ରକ୍ତଚାପ ହଠାତ ବଢ଼ିଯିବାରୁ ସେ ଏମ୍‌ସରେ ଚିକିତ୍ସିତ ହୋଇ ଘରକୁ ଫେରିଥିଲେ। ଆଜି ସ୍ବାସ୍ଥ୍ୟାବସ୍ଥା ପୁଣି ବିଗିଡ଼ିବାରୁ ତାଙ୍କୁ ଏମ୍‌ସରେ ଭର୍ତ୍ତି କରାଯାଇଛି। ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସହିତ ଦଳର ବହୁ ବରିଷ୍ଠ ନେତା ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଏମ୍‌ସ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe