ଭୁବନେଶ୍ୱର : ଭାରତୀୟ ରେଳପଥ ଷ୍ଟୋର ସର୍ଭିସ୍ (ଆଇଆରଏସଏସ) ୨୦୧୩ ବ୍ୟାଚର ଅଧିକାରୀ ବିଶ୍ୱଜିତ ସାହୁ ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନ ସମ୍ପର୍କ ଅଧିକାରୀ (ସିପିଆରଓ) ଭାବରେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ମରିସସ୍ ରେଳବାଇକୁ ଡେପୁଟେସନରେ ବିଦେଶ ଯାଉଥିବା ବିଦାୟୀ ସିପିଆରଓ ତଥା ଭାରତୀୟ ରେଳବାଇ ମେକାନିକାଲ ଇଂଜିନିୟରିଂ ସେବା ଅଧିକାରୀ କୌଶଳେନ୍ଦ୍ର କିଶୋର ଖାଡ଼ଙ୍ଗାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି।
ଶ୍ରୀ ସାହୁ ପୂର୍ବରୁ ପୂର୍ବତଟ ରେଳପଥ ମୁଖ୍ୟାଳୟଠାରେ ଉପ ମୁଖ୍ୟ ଭଣ୍ଡାର ପ୍ରବନ୍ଧକ ଭାବରେ କାର୍ଯ୍ୟ କରୁଥିଲେ। ରେଳବାଇର କାର୍ଯ୍ୟ ସମ୍ପାଦନାରେ ସାମଗ୍ରୀ ପରିଚାଳନାରେ ତାଙ୍କର ଅଭିଜ୍ଞତା ରହିଛି। ସେ ବିଶାଖାପାଟଣାଠାରେ ସିନିୟର ମ୍ୟାଟେରିଆଲ୍ ମ୍ୟାନେଜର, ଡିଭିଜନାଲ ମ୍ୟାଟେରିଆଲ୍ ମ୍ୟାନେଜର ଏବଂ ଭୁବନେଶ୍ୱରର ମଞ୍ଚେଶ୍ୱରଠାରେ ଥିବା ରେଳଡବା ମରାମତି କାରଖାନାରେ ସିନିୟର ମ୍ୟାଟେରିଆଲ୍ ମ୍ୟାନେଜର ଭାବରେ କାର୍ଯ୍ୟ କରିଛନ୍ତି। ଭୁବନେଶ୍ୱରସ୍ଥିତ କଲେଜ ଅଫ୍ ଇଂଜିନିୟରିଂରୁ ବି.ଟେକ୍ ଓ ଆଇଆଇଟି କାନପୁରରୁ ଏମ.ଟେକ୍ ଡିଗ୍ରି ହାସଲ କରିବା ପରେ ଶ୍ରୀ ସାହୁ ୨୦୧୫ରେ ଭାରତୀୟ ରେଳବାଇରେ ଯୋଗ ଦେଇଥିଲେ। ସେ ଓଡ଼ିଶାର ଦେବଗଡ଼ ଜିଲ୍ଲା ବୁଢ଼ାପାଳ ନିବାସୀ ପୁରୁଷୋତ୍ତମ ସାହୁଙ୍କ ପୁତ୍ର ଅଟନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/11/biswa.jpg)