ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ: ପ୍ରାର୍ଥୀପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ

Advertisment
ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ: ପ୍ରାର୍ଥୀପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ

ଝାରସୁଗୁଡ଼ା: ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଆଜି ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନିଜର  ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସେ ବିଜେଡିର ପର୍ଯ୍ୟବେକ୍ଷକ ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ମିଶ୍ର, ମନ୍ତ୍ରୀ ରୀତା ସାହୁ, ବିଧାୟକ ପ୍ରତାପ ଜେନା, ଶାରଦା ନାଏକ, ଅଳକା ମହାନ୍ତି ଓ ସ୍ନେହାଙ୍ଗିନୀ ଛୁରିଆ ପ୍ରମୁଖଙ୍କ ସହ ଶୋଭାଯାତ୍ରାରେ ଯାଇ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରି ନାମାଙ୍କନ ଭରିଛନ୍ତି। ନବ ଦାସଙ୍କ ହତ୍ୟା ପରେ ଝାରସୁଗୁଡ଼ା ଆସନ ଖାଲି ପଡ଼ିଛି। ସେହି ଆସନରୁ ନବ ଦାସଙ୍କ ଝିଅ ଦୀପାଳିଙ୍କୁ ପ୍ରାର୍ଥୀ କରିଛି ବିଜେଡି।

ଝାରସୁଗୁଡ଼ାର ମନମୋହନ ସ୍କୁଲ ପଡ଼ିଆରୁ ଏକ ବିରାଟ ଶୋଭାଯାତ୍ରାରେ ଦୀପାଳି ଉପଜିଲ୍ଲପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ନାମାଙ୍କନ ଦାଖଲ କରିଛନ୍ତି। ଏହି ଶୋଭାଯାତ୍ରାରେ ହଜାର ହଜାର ଲୋକ ସାମିଲ ହୋଇଥିଲେ।

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା ପରଠାରୁ ସମଗ୍ର ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଗତିବିଧି ସରଗରମ ହେବାରେ ଲାଗିଛି। ମେ ୧୦ ତାରିଖରେ ହେବାକୁ ଥିବା ଏହି ଉପନିର୍ବାଚନ ପାଇଁ  ଗତ ୧୩ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା।ଗତ ୧୭ ତାରିଖରେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ତାପୂର୍ବରୁ ୧୫ ତାରିଖରେ କଂଗ୍ରେସ ପକ୍ଷରୁ ତରୁଣ ପାଣ୍ଡେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe