ବରିଷ୍ଠ ନେତାଙ୍କୁ ମିଳିଲା ବିଜେଡି ଜିଲ୍ଲା ସାଂଗଠନିକ ଦାୟିତ୍ୱ

ଭୁବନେଶ୍ୱର: ବରିଷ୍ଠ ନେତାଙ୍କୁ ବିଜେଡି ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି । ୬ ଜଣ ନେତାଙ୍କୁ ବିଭିନ୍ନ ଜିଲ୍ଲା ପାଇଁ ସିନିୟର ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ନୂଆ ତାଲିକାକୁ ପ୍ରକାଶ କରିଛନ୍ତି ବିଜେଡି ସାଧାରଣ ସମ୍ପାଦକ ( ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜ ।

ବିକ୍ରମ କେଶରୀ ଆରୁଖଙ୍କୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି ଦେଇଛି ବିଜେଡି । ଦେବୀ ପ୍ରସାଦ ମିଶ୍ରଙ୍କୁ ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ସିନିୟର ପର୍ଯ୍ୟବେକ୍ଷକ ଦାୟିତ୍ୱ ମିଳିଛି ।

ସେହିପରି ନିରଞ୍ଜନ ପୂଜାରୀଙ୍କୁ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର ଓ ବରଗଡ଼ ଜିଲ୍ଲା ପାଇଁ ନିଯୁକ୍ତି ଦେଇଛି ଦଳ । ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାର ସିନିୟର ପର୍ଯ୍ୟବେକ୍ଷକ ଦାୟିତ୍ୱ ମିଳିଥିବା ବେଳେ ପ୍ରସନ୍ନ ଆଚାର୍ଯ୍ୟଙ୍କୁ କଟକ, ଜଗତସିଂପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି ମିଳିଛି । ମହେଶ୍ୱର ମହାନ୍ତିଙ୍କୁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ସିନିୟର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛି ବିଜେଡି ।

ସମ୍ବନ୍ଧିତ ଖବର