୨୫ରେ ଶଙ୍ଖ ଭବନରେ ଆୟୋଜିତ ହେବ ବିଜେଡିର ପ୍ରଶିକ୍ଷଣ ଶିବିର

Advertisment
ପ୍ରଫୁଲ୍ଲ ସୁନ୍ୟାନୀଙ୍କୁ ବିଜେଡିରେ ମିଳିଲା ନୂଆ ଦାୟୀତ୍ବ

odishabytes

ଭୁବନେଶ୍ବର: ବିଜେଡି ନିଜର ନବନିର୍ବାଚିତ ବିଧାୟକମାନଙ୍କୁ ପ୍ରଶିକ୍ଷଣ ଦେବା ଲାଗି ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରିଛି। ଆଗାମୀ ୨୫ ତାରିଖରେ ଶଙ୍ଖ ଭବନରେ ଆୟୋଜିତ ହେବ ଏହି ପ୍ରଶିକ୍ଷଣ ଶିବିର। ଏଥିରେ ବରିଷ୍ଠ ତଥା ଅନୁଭବୀ ନେତା ବିଧାନସଭାର ନୀତି ନିୟମ ବାବଦରେ ପ୍ରଶିକ୍ଷଣ ଦେବେ। ଏଥିରେ ଯେଉଁମାନେ ନୂଆ ଭାବେ ବିଧାୟକ ହୋଇଛନ୍ତି ସେମାନଙ୍କୁ ଅଲଗା ଭାବେ ବିଜେଡି ନେତାମାନେ ପ୍ରଶିକ୍ଷଣ ଦେବେ। ଦିନକ ପାଇଁ ଏହି ଶିବିର ଆୟୋଜିତ ହେବ। ୨୫ ତାରିଖ ଦିନ ୧୦ ଟାରୁ ଏହା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ବିଜେଡି ଉପମୁଖ୍ୟ ସଚେତକ ପ୍ରତାପ ଦେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe