ଭଦ୍ରକ: ଧାମନଗର ଉପନିର୍ବାଚନର ପ୍ରଥମ ରାଉଣ୍ଡର ଭୋଟ ଗଣତିରେ ବିଜେପି ପ୍ରାର୍ଥୀ ଆଗୁଆ ଥିବାର ସୂଚନା ରହିଛି। ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ, ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ଠାରୁ ୭୬୯ ଭୋଟରେ ଆଗୁଆ ରହିଛନ୍ତି। ପ୍ରଥମ ରାଉଣ୍ଡର ଭୋଟ ଗଣତିରେ ବିଜେପି ପ୍ରାର୍ଥୀଙ୍କୁ ୪୭୪୯, ବିଜେଡି ପ୍ରାର୍ଥୀ ୩୯୮୦, କଂଗ୍ରେସ ପ୍ରାର୍ଥୀ ୨୧୬ ଓ ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର କୁମାର ଦାସଙ୍କୁ ୪୦୦ ଖଣ୍ଡ ଭୋଟ ମିଳିଛି। ଏନେଇ ଏଯାଏ ଆଧିକାରିକ ସୂଚନା ମିଳିନାହିଁ।
ସୂଚନାଯୋଗ୍ୟ, ଧାମନଗର ଉପନିର୍ବାଚନର ଫଳାଫଳ ଲାଗି ରବିବାର ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇ ଏହା ଏବେ ଜାରି ରହିଛି। କଡ଼ା ସୁରକ୍ଷା ଭିତରେ ଭଦ୍ରକ ଜିଲ୍ଲା ସଂସ୍କୃତି ଭବନରେ ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି ହୋଇଛି। ତାପରେ ଇଭିଏମ୍ ଗଣତି ଚାଲିଛି। ଗଣତି ପାଇଁ ମୋଟ ୧୪ଟି ଟେବୁଲ କରାଯାଇଛି। ମୋଟ ୧୮ ରାଉଣ୍ଡରେ ଗଣତି ହେବ। ଅପରାହ୍ନ ୫ଟା ସୁଦ୍ଧା ଫଳାଫଳ ଘୋଷଣା ହେବା ନେଇ ସୂଚନା ମିଳିଛି।
ଉପନିର୍ବାଚନରେ ଦିବଂଗତ ନେତା ପୂର୍ବତନ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ତଥା ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ, ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ, ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ଓ କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀଙ୍କ ଭିତରୁ କିଏ ବିଜୟୀ ହେଉଛନ୍ତି, ତାହା ଦେଖିବାକୁ ପ୍ରବଳ ଉତ୍କଣ୍ଠା ଲାଗି ରହିଛି।
ଧାମନଗର ଉପନିର୍ବାଚନ: ପ୍ରଥମ ରାଉଣ୍ଡର ଗଣତିରେ ବିଜେପି ପ୍ରାର୍ଥୀ ଆଗୁଆ
/sambad/media/post_attachments/wp-content/uploads/2022/11/bjp.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)