ଭୁବନେଶ୍ବର: ବିଧାନସଭାର ଶୂନ୍ୟକାଳରେ ଉଠିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ। ବିକାଶମୂଳକ କାର୍ଯ୍ୟକୁ କେହି ବିରୋଧ କରିବେ ନାହିଁ । ମାତ୍ର ବିକାଶ ନାଁ ରେ ମନ୍ଦିର ପ୍ରତି ବିପଦ ଯଦି ସୃଷ୍ଟି ହେବ ସେଥିପାଇଁ ସରକାର ଦାୟୀ ହେବେ। ଭାଇବ୍ରେସନ ପାଇଁ ମନ୍ଦିରରେ ଫାଟ ସୃଷ୍ଟି ହୋଇଛି। ଏଏସଆଇ ଓ ଏଏନଏମ୍ କହିଛନ୍ତି ଆମେ କୌଣସି ପ୍ରକାର ସ୍ଥାୟୀ ନିର୍ମାଣ ପ୍ରକଳ୍ପ ପାଇଁ ଅନୁମତି ଦେଇ ନାହୁଁ। ପ୍ରକୃତରେ ବାସ୍ତବ କଥା କଣ। ତେଣୁ ବିଧାନସଭାର ଏକ କମିଟି ଗଠନ କରି ପୁରୀ ପଠାଇବା ପାଇଁ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଦାବି କଲେ। ସେହିପରି ବିଜେପି ବିଧାୟକ ଭାସ୍କର ମଢେଇ ମଧ୍ୟ ବିଧାନସଭା କମିଟି ଗଠନ କରିବାକୁ ଦାବି କଲେ।
ସେପଟେ ଏହି ପ୍ରସଙ୍ଗ ଉଠାଇ ସରକାରଙ୍କ ଆଭିମୁଖ୍ୟ ଉପରେ ପ୍ରଶ୍ନ ଉଠାଇଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ପ୍ରକୃତରେ ମନ୍ଦିର ପ୍ରତି ବିପଦ ସୃଷ୍ଟି ହୋଇଛି କି ନାହିଁ ଲୋକଙ୍କ ସନ୍ଦେହ ଦୂର କରିବା ସରକାରଙ୍କ ଦାୟିତ୍ୱ। ତେଣୁ ବାଚସ୍ପତି ବିଧାନସଭାର କମିଟି ଗଠନ କରିବାକୁ ରୁଲିଂ ଦାବି କଲେ ନରସିଂହ। ଅନ୍ୟପଟେ ଗୃହର ମଧ୍ୟ ଭାଗରେ ବିଜେପିର ସମସ୍ତ ସଦସ୍ୟ ପ୍ରତିବାଦ କରିଛନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/03/Jagannath-Temple-Topic-in-Assembly-Again-Today_Thumbnail.jpg)