ବାଜପେୟୀଙ୍କ ସ୍ମୃତିରେ ପ୍ରାର୍ଥନା ସଭା ଆଜି, ଯୋଗ ଦେବେ ନବୀନ

ଭୁବନେଶ୍ୱର : ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସ୍ମୃତିରେ ଏକ ସାର୍ବଜନୀନ ଓ ସର୍ବଦଳୀୟ ପ୍ରାର୍ଥନା ସଭା ଶୁକ୍ରବାର ଅପରାହ୍ନ ୫ଟାରେ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ। ରାଜ୍ୟ ବିଜେପି ପକ୍ଷରୁ ଆୟୋଜିତ ଏହି ସଭାରେ ସବୁ ରାଜନୈତିକ ଦଳର ନେତୃବୃନ୍ଦଙ୍କୁ ନିମନ୍ତ୍ରଣ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଯୋଗ ଦେବେ ବୋଲି ଜଣାପଡ଼ିଛି। ଗତକାଲି କେନ୍ଦ୍ର ମନ୍ତ୍ରୀ ଜୁଏଲ୍‌ ଓରାମ ଓ ବିଜେପି ଉପସଭାପତି ସମୀର ମହାନ୍ତି ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନିମନ୍ତ୍ରଣ କରିଥିଲେ। ସେହିପରି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ମଧ୍ୟ ଏଥିରେ ଯୋଗ ଦେବେ ବୋଲି ସୂଚନା ଦେଇଛନ୍ତି। ଏହି ସଭାରେ କେନ୍ଦ୍ର ମନ୍ତ୍ରୀ ଜୁଏଲ୍‌ ଓରାମ ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବିଜେପିର ବରିଷ୍ଠ ନେତାମାନେ ଉପସ୍ଥିତ ରହିବେ।

ସମ୍ବନ୍ଧିତ ଖବର