ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୨ତମ ଜନ୍ମ ଦିନ ଅବସରରେ ରାଜ୍ୟ ବିଜେପି ପକ୍ଷରୁ ଆଜିଠାରୁ ୧୫ଦିନିଆ ସେବା ପକ୍ଷ ଆରମ୍ଭ ହୋଇଛି। ଅକ୍ଟୋବର ୨ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ରାଜ୍ୟର ସମସ୍ତ ଜିଲ୍ଲାରେ ବୃକ୍ଷରୋପଣ, ବିଭିନ୍ନ ସେବାମୂଳକ କାର୍ଯ୍ୟ, ରକ୍ତଦାନ ଶିବିର, ସ୍ବାସ୍ଥ୍ୟ ଶିବିର, କୃତ୍ରିମ ଅଙ୍ଗ ଓ ଉପକରଣ ପ୍ରଦାନ, ଅମୃତ ସରୋବର ସ୍ବଚ୍ଛତା ଏବଂ ମୋଦୀଜୀଙ୍କ ଜୀବନୀକୁ ନେଇ ପ୍ରଦର୍ଶନୀମାନ ପର୍ଯ୍ୟାୟକ୍ରମେ ଅନୁଷ୍ଠିତ ହେବ।
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ବିଜେପି କାର୍ଯ୍ୟକର୍ତ୍ତାମାନେ ଜନ୍ମଦିନର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇ ବିଭିନ୍ନ ମନ୍ଦିର ଓ ଦେବାଳୟରେ ପ୍ରଦୀପ ପ୍ରଜ୍ବଳନ କରି ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରିଥିଲେ। ଏହାସହ ଯୁବମୋର୍ଚ୍ଚା ପକ୍ଷରୁ ରାଜ୍ୟବ୍ୟାପୀ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା। ଭୁବନେଶ୍ୱରରେ ଅନୁଷ୍ଠିତ ସେବା ପକ୍ଷକୁ ରାଜ୍ୟ ସଭାପତି ସମୀର ମହାନ୍ତି ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟ ସାଧାରଣ ସଂପାଦକ ଲେଖାଶ୍ରୀ ସାମନ୍ତସିଂହାର, ଜିଲ୍ଲା ସଭାପତି ବାବୁ ସିଂହ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗନ୍ନାଥ ପ୍ରଧାନ, ହରେକୃଷ୍ଣ ଖୁଣ୍ଟିଆ, ରାଜ୍ୟ ମୁଖପାତ୍ର ଠାକୁର ରଣଜିତ୍ ଦାସ, ରାଜ୍ୟ ଗଣମାଧ୍ୟମ ସହମୁଖ୍ୟ ସୁଜିତ ଦାସ, ଜିଲ୍ଲା ସାଧାରଣ ସଂପାଦକ ହିମାଂଶୁ ଶେଖର ଛୋଟରାୟ, ମଣ୍ଡଳ ସଭାପତି ସୁରେନ୍ଦ୍ର ପ୍ରଧାନ, ମାନସୀ ରାୟ, ତୃପ୍ତିମୟୀ ମକଦ୍ଦମ, ସୁର ଜେନା, ତାପସ ଦଳାଇ, ବିଜୟ ରାଉତ, ଜଗନ୍ନାଥ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/09/k1-Khordha-BJPra-Seva-saptaha.jpg)