ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ନିୟମିତ ଜାମିନ ଦେଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ

Advertisment
ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ନିୟମିତ ଜାମିନ ଦେଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ

କଟକ/ଖୋର୍ଦ୍ଧା: ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ନିୟମିତ ଜାମିନ ଦେଇଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ଜାମିନ ଉପରେ ନିମ୍ନ ଅଦାଲତ ସର୍ତ୍ତ ସ୍ଥିର କରିବେ। ଏନେଇ ସୂଚନା ଦେଇଛନ୍ତି ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଲାଗି ମାମଲା ଲଢ଼ୁଥିବା ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ।

ପୂର୍ବରୁ ଖୋର୍ଦ୍ଧାର ବିଜେପି ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ  ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଥିଲା। ଜିଲ୍ଲା ପ୍ରଥମ ଅତିରିକ୍ତ ଜଜ୍ ତାଙ୍କୁ ଏହି ଜାମିନ ପ୍ରଦାନ କରିଥିଲେ। ୯ ତାରିଖରୁ ତାଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଥିଲା। ତିନି ଦିନିଆ ଅନ୍ତରୀଣ ଦେଇଥିଲେ ଖୋର୍ଦ୍ଧା ଏଡିଜେ-୧ କୋର୍ଟ। ଶପଥ ଗ୍ରହଣ, ମେଡିକାଲ ଗ୍ରାଉଣ୍ଡ ଓ ଦଶାହ କ୍ରିୟା ପାଇଁ ଜାମିନ ଆବେଦନ ହୋଇଥିଲା।

ସୂଚନାଯୋଗ୍ୟ, ଚଳିତ ସାଧାରଣ ନିର୍ବାଚନରେ ଖୋର୍ଦ୍ଧାରୁ ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବ ଗତ ୨୫ ତାରିଖ ବୋଲଗଡ଼ର ଏକ ବୁଥରେ ପଶି ଇଭିଏମ ଭଙ୍ଗାରୁଜା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଆଧାରରେ ପ୍ରଶାନ୍ତ ଜଗଦେବଙ୍କୁ ପୁଲିସ ଗିରଫ କରିଥିଲା। କିନ୍ତୁ ବିଧାନସଭା ନିର୍ବାଚନରେ ବିଜେପି ପ୍ରାର୍ଥୀ ପ୍ରଶାନ୍ତ ଜଗଦେବ ଖୋର୍ଦ୍ଧାରୁ ବିଜୟୀ ହୋଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe