ଜଗନ୍ନାଥ ମନ୍ଦିର ଓ କୋଣାର୍କକୁ ଉଲ୍ଲେଖନୀୟ ପର୍ଯ୍ୟଟନସ୍ଥଳୀ ତାଲିକାରେ ସାମିଲ ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଜେପି ସାଂସଦ

ଭୁବନେଶ୍ୱର: ପୁରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କକୁ ଉଲ୍ଲେଖନୀୟ ପର୍ଯ୍ୟଟନସ୍ଥଳୀ ଘୋଷଣା ଦାବି କରି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟର ସବୁ ବିଜେପି ସାଂସଦ | କେନ୍ଦ୍ର ସରକାର ଦେଶର ୧୭ଟି ଉଲ୍ଲେଖନୀୟ ପର୍ଯ୍ୟଟନସ୍ଥଳୀ ଘୋଷଣା କରିଛନ୍ତି | ଓଡ଼ିଶାର କୌଣସି ସ୍ଥାନ ଏଥିରେ ତାଲିକାଭୁକ୍ତ ହୋଇନାହିଁ | ଏହାକୁ ନେଇ ଓଡ଼ିଶାର ବିଜେପି ସାଂସଦମାନେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲଙ୍କୁ ଚିଠି ଲେଖିଛନ୍ତି|

ଏଠାରେ ସୂଚନା ଥାଉ କି ପୂର୍ବରୁ ଜୁଲାଇ ୨୬ ତାରିଖରେ ଦେଶର ୧୭ଟି ଆଦର୍ଶ ପର୍ଯ୍ୟଟନସ୍ଥଳୀ ତାଲିକା ସହ ଏହି ତାଲିକାରେ ପୁରୀ ଜଗନ୍ନାଥ ମନ୍ଦିର ଓ କୋଣାର୍କ ସୂର୍ଯ୍ୟ ମନ୍ଦିରକୁ ସାମିଲ କରାଯିବା ନେଇ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କୁ ପତ୍ର ଲେଖି ଅନୁରୋଧ କରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ୨୦୧୯-୨୦ ଆର୍ଥିକ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧି ପାଇଁ ୧୭ଟି ପ୍ରତିଷ୍ଠିତ ପର୍ଯ୍ୟଟନ କ୍ଷେତ୍ରକୁ ବିକଶିତ କରାଯିବ ବୋଲି ଘୋଷଣା କରିଛନ୍ତି । କେନ୍ଦ୍ର ସରକାର ଏହି ୧୭ଟି କ୍ଷେତ୍ରକୁ ମଡେଲ ପର୍ଯ୍ୟଟନ କ୍ଷେତ୍ର ଭାବରେ ବିକଶିତ କରି ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରାଯିବାର ଯୋଜନା ରଖିଛନ୍ତି ।

ସମ୍ବନ୍ଧିତ ଖବର