ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧି ଦଳ: ପ୍ରଚାର କରୁଥିବା ସରକାରୀ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉ

Advertisment
ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି ପ୍ରତିନିଧି ଦଳ: ପ୍ରଚାର କରୁଥିବା ସରକାରୀ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉ

ଭୁବନେଶ୍ୱର : ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ମହିଳା ସରକାରୀ କର୍ମଚାରୀଙ୍କୁ ଦଳର ପ୍ରଚାର ଏବଂ ଲୋକଙ୍କୁ ଟଙ୍କା ବାଣ୍ଟିବା କାର୍ଯ୍ୟରେ ନିୟୋଜିତ କରୁଛି। ଗତକାଲି ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀର କୋଲାବିରା ବ୍ଲକ ଜିଲ୍ଲାପାଲି ଗ୍ରାମ ପଞ୍ଚାୟତର କମ୍ୟୁନିଟି ରିସୋର୍ସ ପର୍ସନ(ସିଆରପି) ଅସ୍ମିତା ନାୟକ, ବିନିତା ନାୟକ, ଜେ.ପଣ୍ଡାକିମାଲ ଓ ପୂଜା ପଟେଲ ବିଜେଡିର ନିର୍ବାଚନୀ ପ୍ରଚାରରେ ସିଧାସଳଖ ଯୋଗ ଦେଇଥିଲେ।

ସେହିପରି ସରବାହଲ ୱାର୍ଡ-୧ର ଅଙ୍ଗନବାଡି ଦିଦି ସୁରୁଚି ପାଢ଼ୀ ଖୋଲାଖୋଲି ସାମାଜିକ ଗଣମାଧ୍ୟମରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି। ଏହା ନିର୍ବାଚନ ଆଚରଣ ବିଧିକୁ ଉଲ୍ଲଂଘନ କରୁଛି। ସରକାରୀ ଚାକିରିରେ ଥାଇ ସରକାରୀ ତହବିଲରୁ ଟଙ୍କା ନେଇ ବିଜେଡିର ପ୍ରଚାର କରୁଥିବାରୁ ଏହି ସରକାରୀ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ବିଜେପିର ଏକ ପ୍ରତିନିଧି ଦଳ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାବି କରିଛି। ବିଜେପିର ଏହି ପ୍ରତିନିଧି ଦଳରେ ମୁଖପାତ୍ର ସୋନାଲି ସାହୁ, ସତ୍ୟବ୍ରତ ପଣ୍ଡା, ଉମାକାନ୍ତ ପଟ୍ଟନାୟକ, ମହିଳାମୋର୍ଚ୍ଚା ରାଷ୍ଟ୍ରୀୟ ସମ୍ପାଦିକା ଐଶ୍ୱର୍ଯ୍ୟା ବିଶ୍ୱାଳ, ଲିଗାଲ୍ ସେଲ ସଂଯୋଜକ ଜୟନ୍ତ ଜେନା ପ୍ରମୁଖ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe